ଭୁବନେଶ୍ୱର: ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର । ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ସହ ବୈଠକ ପରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ପୀଡିତାଙ୍କୁ ପ୍ରାରମ୍ଭିକ ନ୍ୟାୟିକ ସାହାଯ୍ୟ କରିବେ ପାରା ଲିଗାଲ ଭଲ୍ୟୁଣ୍ଟର । ଗାଁର ସାଧାରଣ ଓ ଜନଜାତି ପରିବାରଙ୍କୁ ନ୍ୟାୟିକ ଅଧିକାର ପାଇଁ ଗୁରୁତ୍ୱ । ନିର୍ଯାତନାର ଶିକାର ହେଲେ ପ୍ରଥମେ ପାରା ଲିଗାଲ ଭଲ୍ୟୁଣ୍ଟରଙ୍କୁ ଜଣାଇବେ । ନ୍ୟାୟିକ ଦିଗ ନେଇ ଭଲ୍ୟୁଣ୍ଟର ପୀଡିତାଙ୍କୁ ସାହାଯ୍ୟ କରିବେ । ସମସ୍ୟାକୁ ଥାନା ଏବଂ କୋର୍ଟ ପଯ୍ୟନ୍ତ ପହଞ୍ଚାଇବେ । ମହିଳାଙ୍କୁ ସଚେତନ କରାଯିବ , ଅଙ୍ଗନବାଡି କର୍ମୀଙ୍କୁ ସାମିଲ କରାଯିବ ।










