29.1 C
Bhubaneswar
Friday, April 26, 2024
Homeଓଡିଶାଓଏଏସ୍‌ ସ୍ତରରେ ଅଦଳ ବଦଳ

ଓଏଏସ୍‌ ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ (ଓଏଏସ୍‌) ସ୍ତରରେ ମଧ୍ୟମ ଧରଣର ଅଦଳ ବଦଳ ହୋଇଛି । ଏକାଥରେ ୧୧ ଓଏଏସ୍ ବଦଳିଛନ୍ତି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗୁରୁବାର ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ମନସ୍ୱିନୀ ସାହୁଙ୍କୁ ଶକ୍ତି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବାବେଳେ ଖୋର୍ଦ୍ଧା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ବରିଷ୍ଠ ଓଏଏସ୍ ଦିଗନ୍ତ ରାଉତରାୟଙ୍କୁ ପାରାଦୀପ ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ସେ ଅତିରିକ୍ତ ଭାବେ ପାରାଦୀପ ମ୍ୟୁନିସପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱ ତୁଲାଇବେ । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ବ୍ୟକ୍ତିଗତ ସଚିବ ଭାବେ ଓଏଏସ୍ ଦୀନକୃଷ୍ଣ କରଙ୍କୁ ନିଯୁକ୍ତି ମିଳିଛି ।

ଶ୍ରୀ କର ପୂର୍ବରୁ ତାଙ୍କର ବ୍ୟକ୍ତିଗତ ସଚିବ ଭାବେ କାର୍ଯ୍ୟ କରୁଥିଲେ । ସେହିପରି କାମାକ୍ଷାନଗର ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ସାହୁଙ୍କୁ ଢେଙ୍କାନାଳ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଥିବାବେଳେ ମହିଳା ଓ ଶିଶୁ ବିକାଶ ବିଭାଗର ଉପସଚିବ ନାରାୟଣ ଚନ୍ଦ୍ର ନାୟକଙ୍କୁ କାମାକ୍ଷାନଗର ଉପଜିଲ୍ଲାପାଳ, ନରେନ୍ଦ୍ର ନାୟକଙ୍କୁ ରାୟଗଡ଼ା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ରାଖାଲ ଚନ୍ଦ୍ର ପରିଡ଼ାଙ୍କୁ ବାରିପଦା ଅତିରିକ୍ତ ଉପଜିଲ୍ଲାପାଳ, ରାଜକିଶୋର ଜେନାଙ୍କୁ ଭୁବନେଶ୍ୱର ମହାନଗର ନିଗମର ଉପକମିଶନର ଓ ଆଲୋକ କୁମାର ଦେହୁରୀଙ୍କୁ ଆଠଗଡ଼ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

ଅନ୍ୟପକ୍ଷରେ ଢେଙ୍କାନାଳ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ବରିଷ୍ଠ ଓଏଏସ୍ ତନ୍ମୟ କୁମାର ଦରୱାନଙ୍କୁ କଳାହାଣ୍ଡି ଅତିରିକ୍ତ ଜିଲ୍ଲାପାଳ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଆରତୀ ସାହୁଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି ହୋଇଥିବାବେଳେ ରାଜ୍ୟ ବିହନ ନିଗମ ପରିଚାଳନା ନିର୍ଦ୍ଦେଶକ ବରିଷ୍ଠ ଓଏଏସ୍ ଭବେଶ୍ କୁମାର ନାୟକ ଅତିରିକ୍ତ ଭାବେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking