29.1 C
Bhubaneswar
Friday, April 25, 2025
Homeଓଡିଶାଟ୍ରକକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ: ୩୦ରୁ ଅଧିକ ଆହତ

ଟ୍ରକକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ: ୩୦ରୁ ଅଧିକ ଆହତ

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ୧୬ ନଂ ଜାତୀୟ ରାଜପଥ ଲଙ୍ଗଳେଶ୍ବର ଠାରେ ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ । ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି  । ବାଲୁଙ୍କେଶ୍ୱର ନାମକ ବସ ଭୁବନେଶ୍ଵରରୁ ଆସିକା ଯାଉଥିବା ବେଳେ ଟ୍ରକ ପଛକୁ ଧକ୍କା ଦେଇଛି  । ଦୁର୍ଘଟଣା ପରେ ବସ ଛାଡ଼ି ଡ୍ରାଇଭର, କଣ୍ଡକ୍ଟର ଓ ହେଲପର ଫେରାର ହୋଇଯାଇଛନ୍ତି । ସମସ୍ତ ଗୁରୁତରଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି  ।  ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି । ସେପଟେ ସାମାନ୍ୟ ଆହତ ହୋଇଥିବା ଯାତ୍ରୀ ମାନଙ୍କୁ ଚିକିତ୍ସା ପରେ ଖଲ୍ଲିକୋଟ ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ଏକ ବସ ଯୋଗେ ଗନ୍ତବ୍ୟ ସ୍ଥଳକୁ ପଠାଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking