26.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ

ଭୁବନେଶ୍ୱର ତା ୨୩.୧୧ – ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଧର୍ମପତ୍ନୀ ଶ୍ରୀମତୀ ସୁଶିଳା ଦେବୀଙ୍କ ଅକାଳ ବିୟୋଗରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଶ୍ରୀ ପଟ୍ଟନାୟକ ଏକ ଶୋକବାର୍ତାରେ କହିଛନ୍ତି ଯେ ସୁଶୀଳା ଦେବୀଙ୍କ ପରଲୋକ ଅତ୍ୟନ୍ତ ଦୁଃଖଦାୟକ । ସ୍ୱର୍ଗତା ସୁଶୀଳା ଦେବୀ ଜଣେ ବନ୍ଧୁବତ୍ସଳ, ମିଷ୍ଠଭାଷୀ, ପରୋପକାରୀ ଓ ଧର୍ମପରାୟଣା ମହିଳା ଥିଲେ । ତାଙ୍କ ବିୟୋଗରେ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି । ପ୍ରଭୁ ଜଗନ୍ନାଥଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ଏହି ଦୁଃଖଦ ସମୟରେ ତାଙ୍କ ପରିବାରକୁ ସାହାସ ଓ ଧୈର୍ଯ୍ୟ ପ୍ରଦାନ କରନ୍ତୁ ବୋଲି ଶ୍ରୀ ପଟ୍ଟନାୟକ ପ୍ରାର୍ଥନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking