34.1 C
Bhubaneswar
Monday, May 19, 2025
Homeଦେଶ ବିଦେଶପୁଣି ଲାଗିଲା ଦୀଘାରେ ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ

ପୁଣି ଲାଗିଲା ଦୀଘାରେ ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ

ପଶ୍ଚିମବଙ୍ଗ: ନିଜ ଜିଦରେ ଅଟଳ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଦୀଘାରେ ଲାଗିଲା ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ । ଦୀଘା ଜଗନ୍ନାଥ ମନ୍ଦିର ସମ୍ମୁଖରେ ଲାଗିଲା ସ୍ଥାୟୀ ହୋର୍ଡିଂ । ଟ୍ୱିଟକୁ ଭୁଲ ପ୍ରମାଣିତ କଲେ ମମତା ବାନାର୍ଜୀ । ଦୀଘା ଜଗନ୍ନାଥ ମନ୍ଦିର ଉଦ୍‌ଘାଟନ ସମୟରେ ଯେଉଁ ଅସ୍ଥାୟୀ କାଗଜ ଓ ଥର୍ମାକୋଲରେ ସେଲ୍ଫି ପଏଣ୍ଟ କରାଯାଇଥିଲା ସେଥିରେ ଦୀଘା ଜଗନ୍ନାଥ ଧାମ ଲେଖାଥିଲା । ୩୦ ତାରିଖ ଉଦ୍‌ଘାଟନ ପରେ ୧ ତାରିଖ ଦିନ ଟେଣ୍ଡ ମାଲିକ ଖୋଲି ନେଇଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ଜଗନ୍ନାଥ ଧାମ ଶବ୍ଦକୁ ହଟାଇବା ପାଇଁ ଜୋରଦାର ପ୍ରତିବାଦ ଓ ବିବାଦ ଦେଖିବାକୁ ମିଳିଥିଲା । ଏହାରି ଭିତରେ ଗତକାଲି ବିଜେପିର ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟ ଟୁଇଟ କରି ମମତା ଜଗନ୍ନାଥ ଧାମ ଉଠାଇ ନେଇଥିବା ପୋଷ୍ଟ କରିଥିଲେ । କିନ୍ତୁ ପ୍ରକୃତରେ ତାହା ସ୍ଥାୟୀ ନଥିଲା, କେବଳ ଦୁଇ ଦିନ ପାଇଁ ଟେଣ୍ଡ୍ ମାଲିକ ସେଲ୍ଫି ପାଇଁ ଲଗାଇ ଥିଲେ । ତେବେ ଦିଦି ମୁଣ୍ଡ ନୁଆଁଇ ଜଗନ୍ନାଥ ଧାମ ଉଠାଇ ନେଇଥିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ପରେ ଗତକାଲି ରାତିରେ ପୁଣି ସ୍ଥାୟୀ ଭାବେ ମନ୍ଦିର ସମ୍ମୁଖରେ ଜଗନ୍ନାଥ ଧାମ ବୋଲି ହୋର୍ଡିଂ ଲଗା ଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking