ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ପେଟ୍ରୋଲ, ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ଯାହାକୁ ନେଇ ବେଶୀ ଚିନ୍ତାରେ ପଡିଛନ୍ତି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ଏହାରି ଭିତରେ ଘରୋଇ ବସ୍ ସଂଘ ସମ୍ପାଦକ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯଦି ଏଭଳି ସମସ୍ୟା ଲାଗି ରହିଲେ ୬ରୁ ୭ ଦିନ ମଧ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ ହୋଇଯିବ। ସରକାର ଏଥିପ୍ରତି ତୁରନ୍ତ ଧ୍ୟାନ ଦେବାକୁ ସେ ଅନୁରୋଧ କରିଛନ୍ତି। ପବ୍ଲିକ ଟ୍ରାନ୍ସପୋର୍ଟ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ଏବଂ କାର୍ଡ ବ୍ୟବସ୍ଥା କରି ଡିଜେଲ ଦେବାକୁ ଅନୁରୋଧ କରିଛନ୍ତି। ବର୍ତ୍ତମାନ୍ ରାଜ୍ୟରେ ମୋଟ ୧୪ ହଜାର ଘରୋଇ ବସ୍ ଚାଲିଛି। -ତେଲ ନ ମିଳିବାରୁ ପ୍ରାୟ ଦୁଇ ହଜାର ବସ୍ ବନ୍ଦ ହୋଇପଡ଼ିଛି। ଗ୍ରାମାଞ୍ଚଳରେ ତେଲ ନ ମିଳିବାରୁ ବସ୍ଗୁଡ଼ିକ ଆସିପାରୁନାହିଁ। ସେପଟେ ପେଟ୍ରୋଲ-ଡିଜେଲ ଉପରେ ଆଜି ବଡ଼ ନିଷ୍ପତ୍ତି ଆସିପାରେ। ସରକାରୀ ସ୍ତରରେ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି ସରକାର। ବଡ଼ ନିଷ୍ପତ୍ତି ଆସିବା ନେଇ ମୁଖ୍ୟ ଶାସନ ସଚିବ ସଙ୍କେତ ଦେଇଛନ୍ତି।










