30.1 C
Bhubaneswar
Thursday, July 2, 2026
Homeଓଡିଶାପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ଫଳ, ସାମ୍ସ ପୋର୍ଟାଲରେ ନିଜର ରେଜଲ୍ଟ ଦେଖି ପାରିବେ...

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ଫଳ, ସାମ୍ସ ପୋର୍ଟାଲରେ ନିଜର ରେଜଲ୍ଟ ଦେଖି ପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର : ପିଜି ପ୍ରବେଶିକା ପରୀକ୍ଷା (କମନ୍‌ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬) ରେଜଲ୍ଟ ପ୍ରକାଶିତ ହୋଇଛି। ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲକୁ ଯାଇ ନିଜର ପରୀକ୍ଷାଫଳ ଦେଖିପାରିବେ, ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବା ନିମନ୍ତେ କମନ୍‌ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ଅନୁଷ୍ଠିତ ହୋଇଥିଲା। ଏହି ପ୍ରବେଶିକା ପରୀକ୍ଷା ପାଇଁ ୫୮,୬୧୩ଜଣ ପରୀକ୍ଷାର୍ଥୀ ଆବେଦନ କରିଥିବାବେଳେ ୫୩,୯୦୧ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସର୍ବମୋଟ୍ ୫୦ଟି ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସୂଚନାଯୋଗ୍ୟ ଯେ, ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟର ୧୩୨ଟି ଉଚ୍ଚଶିକ୍ଷାନୁଷ୍ଠାନରେ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ୩୨,୩୦୯ଟି ସିଟ୍ ରହିଛି। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା କମନ୍‌ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ଆଧାରରେ କରାଯିବ। ଆଡ଼ମିଶନର ସମୟସୂଚୀ ଖୁବଶୀଘ୍ର ସାମ୍ସ ପୋର୍ଟାଲରେ ଉପଲବ୍ଧ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking