28.9 C
Bhubaneswar
Friday, July 31, 2026
Homeଓଡିଶାପିଜିଟି ଶିକ୍ଷକଙ୍କ ଦିଗଦର୍ଶନ କର୍ମଶାଳା ଉଦଯାପିତ

ପିଜିଟି ଶିକ୍ଷକଙ୍କ ଦିଗଦର୍ଶନ କର୍ମଶାଳା ଉଦଯାପିତ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ନିମନ୍ତେ ଦୁଇଟି ପର୍ଯ୍ୟାୟରେ ଚାଲିଥିବା ଦିଗଦର୍ଶନ କର୍ମଶାଳା ଆଜି ଉଦଯାପିତ ହୋଇଛି । ଶିରିପୁରସ୍ଥିତି ଇମେଜ୍ ଠାରେ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୨୪୦ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ନେଇ ଦିଗଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଉଦଯାପନୀ ଅଧିବେଶନରେ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ବିନିତା ସେନାପତି, ଯୁଗ୍ମ ନିର୍ଦ୍ଦେଶକ ସସ୍ମିତା ମାଳି, ଉପନିର୍ଦ୍ଦେଶକ ଶ୍ରୀମତୀ ସି.ଏଚ୍. ବିଜୟଲକ୍ଷ୍ମୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ସେନାପତି ସମସ୍ୟାର ସମାଧାନ ଉପରେ ଗୁରୁତ୍ବ ଦେବାକୁ ପରାମର୍ଶ ଦେଇଥିଲେ । ସେହିପରି ଯୁଗ୍ମ ନିର୍ଦ୍ଦେଶକ ସସ୍ମିତା ମାଳି ଦୁଇଟି ପର୍ଯ୍ୟାୟରେ ହୋଇଥିବା ପିଜିଟି ପ୍ରଶିକ୍ଷଣ କର୍ମଶାଳା ସଫଳ ହୋଇଥିବା ଖୁସି ବ୍ୟକ୍ତ କରିଥିଲେ ଏବଂ ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ଆଗାମୀ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ । ଏଥିସହ ଉପନିର୍ଦ୍ଦେଶକ ଶ୍ରୀମତୀ ସି.ଏଚ୍ ବିଜୟଲକ୍ଷ୍ମୀ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ । ସୂଚନାଯୋଗ୍ୟ, ପିଜିଟି ଶିକ୍ଷକଶିକ୍ଷୟିତ୍ରୀଙ୍କୁ ନେଇ ଆୟୋଜିତ ଦିଗଦର୍ଶନ କର୍ମଶାଳା ଦୁଇଟି ପର୍ଯ୍ୟାୟରେ ଆୟୋଜନ କରାଯାଇଥିଲା । ପ୍ରଥମ ପର୍ଯ୍ୟାୟ ଜୁଲାଇ ୨୦ ରୁ ଜୁଲାଇ ୨୪ ତାରିଖ ଯାଏଁ ଅନୁଷ୍ଠିତ ହେଉଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟ କର୍ମଶାଳା ଜୁଲାଇ ୨୭ ରୁ ଜୁଲାଇ ୩୧ ତାରିଖ ଯାଏଁ ଅନୁଷ୍ଠିତ ହେବ । ପ୍ରଥମ ପର୍ଯ୍ୟାୟରେ ଅର୍ଥଶାସ୍ତ୍ର ଓ ସଂସ୍କୃତର ୧୨୦ ଜଣ ପିଜିଟି ଯୋଗ ଦେଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ରାଜନୀତି ବିଜ୍ଞାନ ଓ ଅର୍ଥଶାସ୍ତ୍ର ଓ ସଂସ୍କୃତର ଆଉ ୧୨୦ ଜଣ ପିଜିଟି ଯୋଗ ଦେଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking