ବାଲିଗୁଡା: ଦାରିଙ୍ଗିବାଡି ଶ୍ରାନିକେତା ଘାଟି ରାସ୍ତାରେ ପିକ୍ଅପ୍ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଡ୍ରାଇଭର ମୃତ୍ୟୁବରଣ କରିଥିବା ବେଳେ ହେଲପର୍ ଗୁରୁତର ଭାବେ ଆହତ ହୋଇଥିବା ନେଇ ସୂଚନା ମିଳିଛି । ସୂଚନା ଅନୁସାରେ, ଘନ କୁହୁଡି ଯୋଗୁଁ ପରିବା ବୋଝେଇ ପିକ୍ଅପ୍ ଗଛରେ ପିଟି ହୋଇ ଦୁର୍ଘଟଣା ଘଟିଛି । ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।










