ବରଗଡ: ବରଗଡ ଚକରକେନ୍ଦ ରାସ୍ତାରେ ପିକଅପ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରସାମ୍ୟ ହରାଇ ଗଛରେ ପିଟିହୋଇଛି ଫଳ ବୋଝେଇ ଗାଡି । ଘଟଣାସ୍ଥଳରେ ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ଏଯାଏଁ ମିଳିପାରିନାହିଁ । ସ୍ଥାନୀୟ ପରିବେଶରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।










