23.1 C
Bhubaneswar
Friday, May 1, 2026
Homeଦେଶ ବିଦେଶରିସେପ୍ସନ୍ ଭୋଜି ଦେଲେ ପିନାକୀ-ମହୁଆ

ରିସେପ୍ସନ୍ ଭୋଜି ଦେଲେ ପିନାକୀ-ମହୁଆ

ନୂଆଦିଲ୍ଲୀ: ଜର୍ମାନୀରେ ବାହାଘର ଆଉ ଦିଲ୍ଲୀରେ ଦେଲେ ରିସେପ୍ସନ | ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମଇତ୍ର ଗତକାଲି ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି | ଏହି ଭୋଜିରେ ଦଳମତ ନିର୍ବିଶେଷରେ ଅନେକ ନେତା/ନେତ୍ରୀ ଯୋଗ ଦେଇଥିଲେ | ବିଶେଷ କରି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ, ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଳେଶ ଯାଦବ, ତାଙ୍କ ପତ୍ନୀ ଡିମ୍ପଲ ଯାଦବ ପ୍ରମୁଖ ଯୋଗ ଦେଇଥିଲେ |

ସେହିପରି ମହୁଆଙ୍କ ସହକର୍ମୀ ଭାବେ ସାଂସଦ ତଥା ଅଭିନେତ୍ରୀ ରଚନା ବାନାର୍ଜୀ, ବିଜେଡିର ସୁଲତା ଦେଓ, ସୁପ୍ରିୟା ସୁଲେ, କେନ୍ଦ୍ର ମନ୍ତ୍ରୀ ଅନୁପ୍ରିୟା ପଟେଲ ପ୍ରମୁଖ ଯୋଗ ଦେଇଥିଲେ | ୬୫ ବର୍ଷୀୟ ପିନାକୀ ମିଶ୍ରଙ୍କ ଏହା ଦ୍ବିତୀୟ ବିବାହ ଥିଲା । ପୂର୍ବରୁ ସେ ସଙ୍ଗୀତା ମିଶ୍ରଙ୍କୁ ବିବାହ କରିଥିଲେ। ତାଙ୍କର ଜଣେ ପୁଅ ଓ ଝିଅ ଅଛନ୍ତି। ପିନାକୀ ତାଙ୍କର ପ୍ରଥମ ପତ୍ନୀଙ୍କୁ ଛାଡ଼ପତ୍ର ଦେଇଥିଲେ ।ପିନାକୀଙ୍କର ରାଜନୈତିକ ଯାତ୍ରା କଂଗ୍ରେସରୁ ଆରମ୍ଭ ହୋଇଥିଲା। ୧୯୯୬ରେ ସେ ପ୍ରଥମ ଥର ପାଇଁ କଂଗ୍ରେସ ଟିକେଟ୍‌ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡିରେ ଯୋଗଦେଇ ତିନି ଥର ପୁରୀରୁ ଲୋକସଭାକୁ ପ୍ରତିନିଧିତ୍ବ କରିଥିଲେ। ୨୦୨୪ ନିର୍ବାଚନରେ ସେ ଲଢ଼ି ନଥିଲେ। ତାହା ପରଠାରୁ ରାଜ୍ୟ ରାଜନୀତିରେ ସେ ସକ୍ରିୟ ନାହାନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking