31.1 C
Bhubaneswar
Sunday, May 19, 2024
Homeଓଡିଶାପିପିଲି ଉପନିର୍ବାଚନର ଭୋଟ୍ ଗଣତି ଆରମ୍ଭ

ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଆରମ୍ଭ

ପୁରୀ: ଆଜି ପିପିଲି ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ଏଥିଲାଗି ସକାଳ ୮ଟାରୁ ପୋଷ୍ଟାଲ ବାଲାଟ ଗଣତି ଆରମ୍ଭ ହୋଇଥିବା ବେଳେ, ୮ଟା ୩୦ରୁ ଇଭିଏମ ଭୋଟ ଗଣତି ଆରମ୍ଭ ହୋଇଛି। ଗୋଟିଏ ହଲରେ ପୋଷ୍ଟାଲ ବାଲଟ୍ ଗଣତି ହୋଇଛି। ଦୁଇଟି ହଲରେ ଇଭିଏମ୍ ବାଲଟ୍ ଗଣତି ହୋଇଛି। ଇଭିଏମ୍ ପାଇଁ ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ୍ ପଡ଼ିଛି। ସେହି ହିସାବରେ ଦୁଇଟି ହଲରେ ୧୪ଟି ଟେବୁଲ ପଡ଼ିଛି। ଭୋଟ୍ ଗଣତି କରିବାକୁ ୬୨ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଗଣତି ଟେବୁଲ୍ ନିକଟରେ ପ୍ରାର୍ଥୀମାନେ ସେମାନଙ୍କ ଏଜେଣ୍ଟ ରହିଛନ୍ତି। ଗଣମାଧ୍ୟମର କର୍ମଚାରୀ କେବଳ କ୍ୟାମେରା ନେଇ ଗଣତି ହଲ୍ ଭିତରକୁ ଯାଇପାରିବେ। କିନ୍ତୁ ସମସ୍ତେ ଦୁଇ ଡୋଜ୍ କୋଭିଡ ଟିକା ନେଇଥିବେ କିମ୍ବା କୋଭିଡ୍ ନେଗେଟିଭ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking