26.1 C
Bhubaneswar
Friday, May 10, 2024
Homeଓଡିଶାପିପିଲି ଉପନିର୍ବାଚନ : ୬ଟି ବୁଥରେ ଇଭିଏମ୍ ଅଚଳ

ପିପିଲି ଉପନିର୍ବାଚନ : ୬ଟି ବୁଥରେ ଇଭିଏମ୍ ଅଚଳ

ପୁରୀ: ପିପିଲି ଉପନିର୍ବାଚନ ପାଇଁ ଆଜି କୋଭିଡ୍ କଟକଣା ମଧ୍ୟରେ ସକାଳ ୭ଟାରୁ ମତଦାନ ପକ୍ରିୟା ଆରମ୍ଭ ହୋଇଛି। କେତେକ ମତଦାନ କେନ୍ଦ୍ରରେ ଇଭିଏମ୍ ଅଚଳ ହେବା କାରଣରୁ ମତଦାନ ପ୍ରକ୍ରିୟାରେ ବିଳମ୍ବ ଘଟିଥିବାର ସୂଚନା ମିଳିଛି। ପିପିଲି ନିର୍ବାଚନ ମଣ୍ଡଳୀର ବିଭିନ୍ନ ୬ଟି ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ଦେଖିବାକୁ ମିଳିଛି । କୌଶଲ୍ୟାପୁରର ୧୫୪, ପୁବାର ୧୫୮ ନମ୍ବର ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ଦେଖାଦେଇଛି । ଲକ୍ଷ୍ମୀନାରାୟଣପୁର ୧୬୧, କୁଞ୍ଜରର ୧୬୭, ସିଉଳାର ୧୬୯ ଓ ବିନାୟକପୁରର ୨୭୩ ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ଦେଖିବାକୁ ମିଳିଛି । ଏଠାରେ ଲମ୍ବା ଲାଇନରେ ଠିଆ ହୋଇଥିବା ଭୋଟରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।

ପିପିଲି ବ୍ଲକର ସମୁଦାୟ ୧୯୯ଟି ବୁଥ୍ ଓ ଡେଲାଙ୍ଗ ବ୍ଲକର ୧୪୯ଟି ବୁଥରେ ମତଦାନ ଜାରି ରହିଛି। ୧,୧୯,୨୦୬ ଜଣ ପୁରୁଷ ଭୋଟର ଓ ୧,୧୦,୭୯୦ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ। ଏହାବାଦ୍ ୨ ଜଣ ତୃତୀୟ ଲିଙ୍ଗ ଓ ୩୨୧ଜଣ ସର୍ଭିସ୍ ଭୋଟର୍ ମଧ୍ୟ ଭୋଟ୍ ଦେବେ। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ। ସେପଟେ ୨୦୧ଟି ବୁଥ୍ ସମ୍ବେଦନଶୀଳ ଥିବାରୁ ଏଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସମସ୍ତ ସମ୍ବେଦନଶୀଳ ବୁଥର ୱେବ୍କାଷ୍ଟିଂ ବ୍ୟବସ୍ଥା କରାଯାଇଛି। ୨୩ଟି ବୁବୁଥରେ ମାଇକ୍ରୋ ଅବଜର୍ଭର ଓ ୧୨ଟି ବୁଥରେ ଭିଡିଓ ଉତ୍ତୋଳନ ବ୍ୟବସ୍ଥା ହୋଇଛି। ୨୦ଟି ଆଦର୍ଶ ମତଦାନ କେନ୍ଦ୍ର ଖୋଲାଯାଇଛି। ଶୃଙ୍ଖଳିତ ମତଦାନ ପାଇଁ ୧୯୮୩ଜଣ ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking