28.1 C
Bhubaneswar
Monday, June 30, 2025
Homeଓଡିଶାବିମାନ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିମାନ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗୁଜରାଟର ଅହମଦାବାଦରେ ଗୁରୁବାର ଅପରାହ୍ଣରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମଦାବାଦ ଠାରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆର ବିମାନ ଟେକ୍ଅଫ୍ ସମୟରେ ଦୁର୍ଘଟଣାଗ୍ରସ୍ତ ହେବାରୁ ବ୍ୟାପକ ଧନଜୀବନ କ୍ଷତିହୋଇଛି। ରିପୋର୍ଟ ଲେଖାଯିବା ବେଳକୁ ଉଦ୍ଧାର କାର୍ଯ୍ୟ ଜାରି ଥିବା ବେଳେ ଏହି ଅଭାବନୀୟ ଘଟଣାକୁ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣା ନେଇ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟ ନେତାଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି।  ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏୟାର ଇଣ୍ଡିଆର ଅହମଦାବାଦ-ଲଣ୍ଡନ ବିମାନ ଦୁର୍ଘଟଣା ନେଇ ମୁଁ ଗଭୀର ଦୁଃଖ ପ୍ରକାଶ କରୁଛି। ସମସ୍ତ ଯାତ୍ରୀ, କ୍ରୁ ସଦସ୍ୟ ଏବଂ ସେମାନଙ୍କର ପରିବାର ପାଇଁ ପ୍ରାର୍ଥନା କରୁଛି। ଭଗବାନ ଜଗନ୍ନାଥ ସମସ୍ତ ଆହତଙ୍କୁ ଶୀଘ୍ର ସୁସ୍ଥ କରନ୍ତୁ। ଏଭଳି ଏକ ଖରାପ ସମୟରେ ଗୁଜରାଟର ଲୋକଙ୍କ ସହିତ ଓଡ଼ିଶା ଛିଡ଼ା ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking