29.1 C
Bhubaneswar
Sunday, March 15, 2026
Homeଦେଶ ବିଦେଶବ୍ରାଜିଲରେ ବିମାନ ଦୁର୍ଘଟଣା : ୬୨ ଯାତ୍ରୀ ମୃତ

ବ୍ରାଜିଲରେ ବିମାନ ଦୁର୍ଘଟଣା : ୬୨ ଯାତ୍ରୀ ମୃତ

ନୂଆଦିଲ୍ଲୀ : ବ୍ରାଜିଲରେ ଘଟିଛି ବିମାନ ଦୁର୍ଘଟଣା, ଜନବସତି ଉପରେ ଖସିବା ପରେ ଜଳିଗଲା ଯାତ୍ରୀବାହୀ ବିମାନ। ଦୁର୍ଘଟଣାରେ ମୋଟ ୬୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା। ଶୁକ୍ରବାର ବ୍ରାଜିଲ୍‌ର ସାଓ ପଲୋରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି। ଜନବସତି ଅଂଚଳରେ ବିମାନଟି ଖସିବା ପରେ ଜଳିଯାଇଛି। ବିମାନରେ ମୋଟ୍‌ ୫୮ ଜଣ ଯାତ୍ରୀ ଏବଂ ୪ ଜଣ ବିମାନ କର୍ମଚାରୀ ଥିଲେ। ଦୁର୍ଘଟଣାରେ ସମସ୍ତ ୬୧ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡ଼ିଛି। ତେବେ ମୃତାହତଙ୍କ ସଂପର୍କରେ ସରକାରୀ ଭାବେ କୌଣସି ତଥ୍ୟ ଜାରି ହୋଇନାହିଁ। ଅପରାହ୍ନ ୧ଟା ୩୦ରେ ବିମାନ ସହ ସମସ୍ତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ‌ଭୋଏପାସ ଲିନହାସ ଏରିଜ୍‌ ଦ୍ବାରା ପରିଚାଳିତ ଏଟିଆର-୭୨ ବିମାନ ଆଜି ବ୍ରାଜିଲ୍‌ର କାସକାଭେଲ୍‌ରୁ ପୂର୍ବାହ୍ନ ୧୧ଟା ୩୦ରେ ଉଡ଼ାଣ ଆରମ୍ଭ କରି ସାଓ ପଲୋ ଅଭିମୁଖେ ଯାଉଥିବାବେଳେ ଭିନହେଡୋ ସହରରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇ ଖସି ପଡ଼ିଥିଲା। ତେବେ‌ କେଉଁ କାରଣ ପାଇଁ ଏହି ଯାତ୍ରୀବାହୀ ବିମାନ ଦୁର୍ଘଟଣାର ସମ୍ମୁଖୀନ ହେଲା ତାହା ଜଣାପଡ଼ିନାହିଁ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking