15.1 C
Bhubaneswar
Saturday, December 6, 2025
Homeଓଡିଶାଭୁବନେଶ୍ବର ସହରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ ନିର୍ମାଣ...

ଭୁବନେଶ୍ବର ସହରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ ନିର୍ମାଣ ପାଇଁ ଯୋଜନା

ଭୁବନେଶ୍ବର: ଭୁବନେଶ୍ବର ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାର ଆବଶ୍ୟକତା ଦୃଷ୍ଟିରୁ ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵ ଆରୋପ କରିଛନ୍ତି। ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନ ରଖା ଯାଇଥିଲା ।ଏହି ଉପସ୍ଥାପନାରେ ଭୁବନେଶ୍ବରର ଜୟଦେବ ବିହାର-ନନ୍ଦନକାନନ ନୂତନ ରାସ୍ତା, ଦୟା ୱେଷ୍ଟ କେନାଲ ଉପରେ ପଟିଆ ଷ୍ଟେସନ ଛକ ଠାରୁ ଜାତୀୟ ରାଜପଥ-୧୬ ପର୍ଯ୍ୟନ୍ତ ରିଙ୍ଗରୋଡ, ସୁନ୍ଦରପଦା-ଜଟଣୀ ରାସ୍ତାର ଉନ୍ନତିକରଣ, ପିତାପଲ୍ଲୀ-ତ୍ରିଶୂଳିଆ ରାସ୍ତାର ଇନ୍‌ଷ୍ଟିଚ୍ୟୁଟ ଅଫ ମାଥମେଟିକ୍‌ସ ଠାରୁ ଏକାମ୍ର କାନନ ପର୍ଯ୍ୟନ୍ତ ନୂତନ ରାସ୍ତା, କଳ୍ପନା ଛକ-ମ୍ୟୁଜିଅମ-ରବି ଟକିଜ ନୂତନ ଫ୍ଲାଇ ଓଭର, ଶିଶୁଭବନ-ମାଉସୀମା ମଧ୍ୟରେ ଆଉ ଏକ ROB, ତମାଣ୍ଡୋ-ଚନ୍ଦକା-ବାରଙ୍ଗ-ଧଉଳି-ତମାଣ୍ଡୋ ପର୍ଯ୍ୟନ୍ତ ରିଙ୍ଗ ରୋଡ ନିର୍ମାଣ ବିଷୟରେ ପୂର୍ତ୍ତ ବିଭାଗର ପକ୍ଷରୁ ପ୍ରସ୍ତାବିତ ତଥ୍ୟ ଉପସ୍ଥାପନ କରାଯାଇଥିଲା । ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ବର-କଟକ-ପୁରୀ ଇକୋନୋମିକ୍‌ ରିଜିଅନ ଗଠନ ଏବଂ ଗ୍ରେଟର ଭୁବନେଶ୍ବର ଗଠନ ସଂପର୍କିତ ବିସ୍ତୃତ ତଥ୍ୟ ଉପସ୍ଥାପନ କରାଯାଇଥିଲା । ଏହି ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡା, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଭି.ଭି. ଯାଦବ, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking