14.1 C
Bhubaneswar
Saturday, January 11, 2025
Homeଓଡିଶାଆଜିଠୁୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି

ଆଜିଠୁୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି

ଗଞ୍ଜାମ : ଆଜିଠୁୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି। କୋଭିଡ୍ ମୁକାବିଲା ସମୀକ୍ଷା ପରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଶୀତଳାପଲ୍ଲୀ ସ୍ଥିତ କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ଏହାଦ୍ୱାରା ଗଞ୍ଜାମ ଓ ଆଖପାଖ ଜିଲ୍ଲାର ଗୁରୁତର କୋଭିଡ୍ ରୋଗୀମାନେ ପ୍ଲାଜମା ଥେରାପି ସୁବିଧା ପାଇପାରିବେ। କୋଭିଡ୍ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବ ବୋଲି ଆଶା କରାଯାଉଛି। ଗତ ୧୮ ତାରିଖଠାରୁ ରାଜ୍ୟରେ ପ୍ଲାଜମା ଥେରାପି ଆରମ୍ଭ ହୋଇଛି। ଏହାର ସୁଫଳ ମଧ୍ୟ ମିଳିଛି। ପ୍ଲାଜମା ଥେରାପୀରେ ଚିକିତ୍ସାଧିନ ଥିବା ୬ ରୋଗୀଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ଦୁଇ ଜଣଙ୍କ ଅବସ୍ଥା ସ୍ଥିର ରହିଛି।
ଏହାସହ ବ୍ରହ୍ମପୁରରେ ଏକ ଘରୋଇ ହସ୍ପିଟାଲରେ ୧୬ଟି ଆଇସିୟୁ ବେଡ୍ ସହିତ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ ପ୍ରତିଷ୍ଠା କରାଯିବ। ଏଥିଲାଗି ଗଞ୍ଜାମ ଜିଲ୍ଲା ପ୍ରଶାସନ ଏମ୍‌ଓୟୁ ସ୍ୱାକ୍ଷରିତ କରିଛି। ଗଞ୍ଜାମ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫କୋଟି ମଞ୍ଜୁର କରାଯାଇଛି। ଜିଲ୍ଲାରେ ଆମ୍ବୁଲାନ୍ସ ସେବାକୁ ଆହୁରି ଦକ୍ଷ ଓ ସୁଦୃଢ଼ କରି ରୋଗୀଙ୍କୁ ଠିକ୍ ସମୟରେ ସେବା ଯୋଗାଇ ଦେବା ଉପରେ ଗୁରୁତ୍ୱ ଦିଆଯିବ। ଆବଶ୍ୟକ ଅନୁଯାୟୀ ଶହେଟି ଆମ୍ବୁଲାନ୍‌ସ ନିୟୋଜିତ କରିବା ପାଇଁ ଜିଲ୍ଲାପାଳଙ୍କୁ କ୍ଷମତା ଦିଆଯାଇଛି। କୋଭିଡ୍ ସମୟରେ ଲୋକଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ସ୍ୱତନ୍ତ୍ର ଫୋକସ୍ କରାଯାଇ କାଉନ୍‌ସେଲିଂ ପାଇଁ ପ୍ରଫେସନାଲଙ୍କୁ ଦାୟିତ୍ୱ ଦିଆଯିବ।.

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking