17.1 C
Bhubaneswar
Tuesday, February 3, 2026
Homeଓଡିଶାଆଜିଠାରୁ ଯୁକ୍ତ ୨ ପ୍ରାକ୍ଟିକାଲ ପରୀକ୍ଷା

ଆଜିଠାରୁ ଯୁକ୍ତ ୨ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର: ଆଜିଠାରୁ ୧୫ ତାରିଖ ଯାଏଁ ଯୁକ୍ତ ୨ ପ୍ରାକ୍ଟିକାଲ ପରୀକ୍ଷା । ୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦେବେ ପରୀକ୍ଷା । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀ ଦେବେ ପରୀକ୍ଷା । ଜାନୁଆରୀ ୫ରୁ ୨୫ ଭିତରେ ରେଜଲ୍ଟ ଅପଲୋଡ କରିବେ କଲେଜ କର୍ତ୍ତୃପକ୍ଷ । ପ୍ରାକ୍ଟିକାଲ ଓ ଇଣ୍ଟରନାଲ ଆସେସମେଣ୍ଟର ରେଜଲ୍ଟ ଅପଲୋଡ କରିବେ କର୍ତ୍ତୃପକ୍ଷ । ବିଜ୍ଞାନ ବିଭାଗରେ ସର୍ବାଧିକ ୧ଲକ୍ଷ ରୁ ଅଧିକ ଓ କଳା ବିଭାଗରେ ପ୍ରାୟ ୮୦ ହଜାର ପରୀକ୍ଷାର୍ଥୀ ରହିଛନ୍ତି । ଜାନୁଆରି ୧୫ ପର୍ଯ୍ୟନ୍ତ ଚାଲିବାକୁ ଥିବା ପରୀକ୍ଷାରେ ବିଜ୍ଞାନ ବିଭାଗର ୧୨ଟି, କଳା ବିଭାଗର ୮, ବାଣିଜ୍ୟ ବିଭାଗର ଦୁଇ, ଧନ୍ଦାମୂଳକ ବିଭାଗର ୧୦ରୁ ଅଧିକ ବିଷୟରେ ପ୍ରାକ୍ଟିକାଲ ପରୀକ୍ଷା ହେବ । ପରୀକ୍ଷାର ୧୫ ମିନିଟ୍ ପୂର୍ବରୁ ପରୀକ୍ଷାର୍ଥୀ କେନ୍ଦ୍ରରେ ପହଞ୍ଚିବା ଆବଶ୍ୟକ ଏବଂ ପରୀକ୍ଷା ଆରମ୍ଭ ହେବାର ୩୦ ମିନିଟ୍ ପର୍ଯ୍ୟନ୍ତ  ପରୀକ୍ଷାର୍ଥୀଙ୍କୁ ପ୍ରବେଶ ପାଇଁ ସୁଯୋଗ ମିଳିବା  ପରୀକ୍ଷାରେ କୌଣସି ପ୍ରକାର ସମସ୍ୟା ଉପୁଜିଲେ, ତୁରନ୍ତ ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ଦୃଷ୍ଟିକୁ ଆଣିବାକୁ ପରିଷଦ ପକ୍ଷରୁ କୁହାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking