32.1 C
Bhubaneswar
Friday, April 26, 2024
Homeଓଡିଶାଯୁକ୍ତ୨ ନାମଲେଖା: ୧୭ରେ ପ୍ରଥମ ମେଧା ତାଲିକା, ୪.୭୬ ଲକ୍ଷ ଆବେଦନପତ୍ର

ଯୁକ୍ତ୨ ନାମଲେଖା: ୧୭ରେ ପ୍ରଥମ ମେଧା ତାଲିକା, ୪.୭୬ ଲକ୍ଷ ଆବେଦନପତ୍ର

ଭୁବନେଶ୍ବର : ୨୦୨୨-୨୩ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର +୨ ପ୍ରଥମ ବର୍ଷ ଶ୍ରେଣୀରେ ନାମଲେଖା ଲାଗି ବୁଧବାର ଦିନ ଆବେଦନ ପ୍ରକ୍ରିୟା ଶେଷ ହୋଇଛି। ୨ ହଜାର ୬୫ କଲେଜର ୫ ଲକ୍ଷ ୭ ହଜାର ୫୦୨ ସିଟ୍ ପାଇଁ ୫ ଲକ୍ଷ ୭ ହଜାର ୯୩୫ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୭୫ ହଜାର ୯୯୦ ଜଣ ଅନ୍ଲାଇନ୍ରେ ଆବେଦନ କରିଥିବା ବେଳେ ୪ ଲକ୍ଷ ୭୧ ହଜାର ୩୨୪ ଜଣ ଅନ୍ଲାଇନ୍ ଫି’ ଦାଖଲ କରିଥିବା ସାମ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୭ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ ଏବଂ ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ୧୯ରୁ ୨୫ ତାରିଖ ମଧ୍ୟରେ ହେବ। ପ୍ରଥମ ପର‌୍ୟ୍ୟାୟରେ ନାମ ଲେଖାଇଥିବା ଛାତ୍ରଛାତ୍ରୀ ଯଦି ଅପ୍ସନ ଦେଇଥିବା ଅନ୍ୟ କଲେଜରେ ନାମ ଲେଖାଇବାକୁ ଚାହୁଁଥିବେ ତେବେ ୧୯ରୁ ୨୭ ତାରିଖ ମଧ୍ୟରେ ସ୍ଲାଇଡ୍ ଅପ୍ ଅନୁରୋଧ ଦେଇପାରିବେ। ସେପ୍ଟେମ୍ବର ୨ରେ ଦ୍ବିତୀୟ ପର‌୍ୟ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ସେପ୍ଟେମ୍ବର ୫ରୁ ୭ ମଧ୍ୟରେ ଦ୍ବିତୀୟ ପର‌୍ୟ୍ୟାୟରେ ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କର ନାମଲେଖା ହେବ। ସେପ୍ଟେମ୍ବର ୧୩ରେ ସ୍ପଟ୍ ସିଲେକ୍ସନ ତାଲିକା ପ୍ରକାଶ ପାଇବ ଏବଂ ୧୩ ଓ ୧୪ ତାରିଖରେ ଏହି ଛାତ୍ରଛାତ୍ରୀ ଚୟନ ହୋଇଥିବା ସ୍କୁଲରେ ନାମ ପଞ୍ଜୀକରଣ କରିବେ। ସେପ୍ଟେମ୍ବର ୧୫ ପୂର୍ବାହ୍ନ ୧୧ଟାରେ ସ୍କୁଲରେ ନାମ ପଞ୍ଜୀକରଣ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ସେହିଦିନ ମଧ୍ୟାହ୍ନ ୧୨ଟାରୁ ୧୬ତାରିଖ ଅପରାହ୍ନ ୫ଟା ମଧ୍ୟରେ ସ୍ପଟ୍ ସିଲେକ୍ସନ୍ ଛାତ୍ରଛାତ୍ରୀଙ୍କ ନାମଲେଖା ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking