27.1 C
Bhubaneswar
Tuesday, April 1, 2025
Homeଓଡିଶାଏପ୍ରିଲ ୨ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ

ଏପ୍ରିଲ ୨ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ

ଭୁବନେଶ୍ୱର: ଶେଷ ହୋଇଛି ଯୁକ୍ତ ଦୁଇ ପରୀକ୍ଷା । ଆସନ୍ତା ୨ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ । ଖାତା ଦେଖିବା ପାଇଁ ରହିଥିବା ଶିକ୍ଷକଙ୍କ ଉପରେ ରହିବ କଡ଼ା ନଜର । ପରୀକ୍ଷା ସରିଥିବାବେଳେ ମୋଟ ୩୦୦ ଜଣ ବିଦ୍ୟାର୍ଥୀ କପି କରି ଧରା ପଡିଛନ୍ତି । ଅତ୍ୟଧିକ ଖରା ଯୋଗୁଁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସୁନଥିବାରୁ ଖାତାଦେଖା କେନ୍ଦ୍ର ବଢ଼ାଯାଇଛି । ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଖାତାଦେଖା ପାଇଁ ନିଯୁକ୍ତ ହୋଇଛନ୍ତି ।

ଏକ୍‌ଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲ୍ଲାରେ ହୋଇଥିବା ମୁଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି । ୩୫, ୪୦ ଓ ୫୦ ମାର୍କ ଥିବା ବିଷୟଗୁଡିକ ପାଇଁ ୩୦ଟି ଖାତା ୫ ଘଣ୍ଟାରେ ଦେଖିବେ ଶିକ୍ଷକ । ସେହିପରି ୭୦ ଓ ୮୦ ମାର୍କ ଥିବା ବିଷୟ ପାଇଁ ୫ ଘଣ୍ଟାରେ ୨୦ ଟି ଖାତା ଦେଖିପାରିବେ ଶିକ୍ଷକ । ତେବେ ମେ‘ ୧୫ ତାରିଖ ସୁଦ୍ଧା ସଠିକ ସମୟରେ ପରୀକ୍ଷାଫଳ ବାହାରିବ ବୋଲି ସୂଚନା ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା । ରାଜ୍ୟରେ ଚଳିତ ବର୍ଷ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି । ତେବେ ଏଥର ମାଲ ପ୍ରାକ୍ଟିସ୍‌ ବା ଏମ୍‌ପିରେ ବୁକ୍‌ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଦିଆଯିବ ବଡ଼ ଆଶ୍ୱସ୍ତି ମିଳିଛି । କୌଣସି ଭୁଲ ନଥାଇ ତ୍ରୁଟିପୂର୍ଣ୍ଣ ଭାବେ ଏମ୍‌ପିରେ ବୁକ୍‌ ହୋଇଥିଲେ ସେମାନଙ୍କ ଖାତାକୁ ବିଚାରକୁ ନେଇ ସେମାନଙ୍କ ପରୀକ୍ଷା ଫଳ ସାଧାରଣ ପରୀକ୍ଷାର୍ଥୀଙ୍କ ସହ ଏକା ସାଙ୍ଗରେ ପ୍ରକାଶ ପାଇବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking