ନୂଆଦିଲ୍ଲୀ: କଟକର ଏସସିବି ମେଡିକାଲର ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଶୋକଶନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ନିଜର ଏକ୍ସ ଆକାଉଣ୍ଟରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ଏବଂ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି ରୁ ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ପରିବାର ପାଇଁ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରାଯିବ । ଆହତମାନଙ୍କ ପାଇଁ ପ୍ରତ୍ୟେକ ଆହତ ବ୍ୟକ୍ତିଙ୍କୁ ୫୦, ୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି । ଏହି ଅଘଟଣର କାରଣ ଖୋଜିବା ପାଇଁ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କେନ୍ଦ୍ର ସରକାରଙ୍କ ବ୍ୟତୀତ ରାଜ୍ୟ ସରକାର ମଧ୍ୟ ମୃତକଙ୍କ ପରିବାର ପାଇଁ ୨୫ ଲକ୍ଷର ସହାୟତା ରାଶି ଘୋଷଣା କରିଛନ୍ତି । ଏବଂ ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।










