32.1 C
Bhubaneswar
Friday, April 26, 2024
Homeଦେଶ ବିଦେଶଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ

ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ସନ୍ଧ୍ୟାରେ ଜାପାନ ଗସ୍ତରେ ଯାଇ ସୋମବାର ସକାଳୁ ଟୋକିଓରେ ପହଞ୍ଚିଛନ୍ତି । ସେଠାରେ ପ୍ରବାସୀ ଭାରତୀୟମାନେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି। ସୋମବାର ଓ ମଙ୍ଗଳବାର ଦୁଇଦିନିଆ ଗସ୍ତ କାଳରେ ମୋଦୀ ଦ୍ବିତୀୟ କ୍ବାଡ ସମ୍ମିଳନୀରେ ଯୋଗ ଦେବେ।

ଏହା ସହିତ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦା, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଅଷ୍ଟ୍ରେଲିଆର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କ ସହିତ ମୋଦୀ ଦ୍ବିପାକ୍ଷିକ କଥାବାର୍ତ୍ତା କରିବେ। କ୍ବାଦ ସମ୍ମିଳନୀରେ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଭାରତ, ଜାପାନ, ଅଷ୍ଟ୍ରେଲିଆ ଓ ଆମେରିକା ମଧ୍ୟରେ ପାରସ୍ପରିକ ସହଯୋଗ ଉପରେ ଆଲୋଚନା ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking