29.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶଆଜି ୯.୭୫ କୋଟି କୃଷକ ପରିବାରକୁ ମିଳିବ ପିଏମ୍‌-କିଷାନ ଟଙ୍କା

ଆଜି ୯.୭୫ କୋଟି କୃଷକ ପରିବାରକୁ ମିଳିବ ପିଏମ୍‌-କିଷାନ ଟଙ୍କା

ନୂଆଦିଲ୍ଲୀ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର  ଅପରାହ୍ନ ୧୨.୩୦ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନ ମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନା ଅଧିନରେ ଆର୍ôଥକ ସୁବିଧାର ପରବର୍ତୀ କିସ୍ତି ମଞ୍ଜୁର କରିବେ । ୯.୭୫ କୋଟି କୃଷି ପରିବାରର ହିତାଧିକାରୀଙ୍କୁ ଏହା ଜରିଆରେ ୧୯,୫୦୦ କୋଟିରୁ ଅଧିକ ଅର୍ଥ ଟ୍ରାନ୍ସଫର କରାଯିବ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୃଷକ ହିତାଧିକାରୀମାନଙ୍କ ସହିତ ଆଲୋଚନା କରିବା ସଂଗେ ସଂଗେ ଦେଶକୁ ସମ୍ବୋଧିତ କରିବେ ।

ଉଲ୍ଲେଖ୍ୟଯୋଗ୍ୟ ପିଏମ୍‌-କିଷାନ ଯୋଜନା ଅଧିନରେ କୃଷକ ପରିବାରର ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରତି ବର୍ଷ ୬୦୦୦ ଟଙ୍କା କରି ପ୍ରଦାନ କରାଯାଇଥାଏ । ପ୍ରତ୍ୟେକ ସମାନ ୪ମାସିଆ ତିନିଟି କିସ୍ତିରେ ୨୦୦୦ ଟଙ୍କା କରି ଦିଆଯାଏ । ଏହି ଅର୍ଥ ସିଧାସଳଖ ହିତାଧିକାରୀମାନଙ୍କ ବ୍ୟାଙ୍କ୍ ଆକାଉଂଟକୁ ପଠାଯାଇଥାଏ । ଏହି ଯୋଜନାରେ ୧.୩୮ ଲକ୍ଷ କୋଟି ଟଙ୍କାରୁ ଅଧିକ ସମ୍ମାନ ରାଶି କୃଷକ ପରିବାରଗୁଡିକୁ ପଠାଯାଇଛି । ଏହି ଅବସରରେ କେନ୍ଦ୍ର କୃଷି ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking