22.1 C
Bhubaneswar
Saturday, March 21, 2026
Homeଓଡିଶାପିଏମ୍‌ଙ୍କ ଜନ୍ମଦିନ: ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ

ପିଏମ୍‌ଙ୍କ ଜନ୍ମଦିନ: ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ଗଛ ଲଗାଇଲେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ୱର ଏକାମ୍ର କଲେଜ ପରିସରରେ ଗଛ ଲଗାଇଲେ ସିଏମ୍ । ଗଛ ଲଗାଇ ‘ଏକ ପେଡ୍ ମା କେ ନାମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ । ଆଜି ସାରା ରାଜ୍ୟରେ ଏହି କାର୍ଯ୍ୟକ୍ରମ ଅଧିନରେ ୭୫ ଲକ୍ଷ ବୃକ୍ଷରୋପଣ କରିବେ ସରକାର । ପୂର୍ବାହ୍ନ ୧୧ ଟା ସୁଦ୍ଧା ୨୨ ଲକ୍ଷ ୯୦ ହଜାରରୁ ଉର୍ଦ୍ଧ୍ୱ ବୃକ୍ଷ ରୋପଣ କରାଯାଇଥିବା ନେଇ ମିଳିଛି ସୂଚନା ।

ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କ ୭୫ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇ କହିଛନ୍ତି, “ସାଢ଼େ ଚାରିକୋଟି ଓଡ଼ିଆଙ୍କ ତରଫରୁ ପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ତାଙ୍କର ଦୀର୍ଘ, ସୁସ୍ଥ ଏବଂ ନିରାମୟ ଜୀବନ କାମନା କରିବା ସହ ସେ ଆହୁରି ଉତ୍ସାହ, ଆଗ୍ରହ ଓ କଠିନ ପରିଶ୍ରମ ସହ ଜନସେବା କରନ୍ତୁ ଏହା ହିଁ କାମନା। ମୋଦୀଜୀଙ୍କ ଜନ୍ମଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ଉପରେ ଆଶୀର୍ବାଦର ବର୍ଷା କରନ୍ତୁ ବୋଲି ପ୍ରାର୍ଥନା କରୁଛି।”

‘ସ୍ୱଚ୍ଛ ଭାରତ ଅଭିଯାନ’ରେ ସିଏମ ସାମିଲ

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking