ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ଏନ୍ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ସମସ୍ତ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେବେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ବୈଠକରେ ସାମିଲ ହୋଇ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ।ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବର୍ତ୍ତମାନ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି । ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଥିବା ‘ନୀତି ଆୟୋଗ’ ବୈଠକରେ ମଧ୍ୟ ସେ ଯୋଗ ଦେବେ । ନୀତି ଆୟୋଗ ବୈଠକରେ ଓଡ଼ିଶାର ସ୍ୱାର୍ଥ ରକ୍ଷା ଏବଂ ବିକାଶମୂଳକ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରଖିବାର କାର୍ଯ୍ୟକ୍ରମ ରହିଛି । ବିଶେଷ କରି କେନ୍ଦ୍ରୀୟ ଅନୁଦାନ ଏବଂ ରାଜ୍ୟର ଭିତ୍ତିଭୂମି ସୁଦୃଢ଼ କରିବା ଦିଗରେ ସେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ଜଣାପଡ଼ିଛି ।










