ପୁରୀ : ପୁରୀ ଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି । ଆଜି ନବମୀ ସନ୍ଧ୍ୟା ଦର୍ଶନ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାର ଅନୁଧୟାନ କରୁଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ । ଆସନ୍ତାକାଲି ବାହୁଡା ଯାତ୍ରା ଥିବାରୁ ସେନେଇ ମଧ୍ୟ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଗୁଣ୍ଡିଚା ମନ୍ଦିର ଭିତରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ , ସୁରକ୍ଷା ଏବଂ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା ତଦାରଖ କରୁଛନ୍ତି । ପୋଲିସ ଡିଜିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି । ଦଳା ଚକଟା ଘଟଣା ପରେ ସମସ୍ତ ସ୍ତିତିକୁ ନେଇ ଆଗୁଆ ସତର୍କ ରହିଛନ୍ତି ପୋଲିସ ଓ ପ୍ରଶାସନ ।










