28.3 C
Bhubaneswar
Sunday, May 12, 2024
Homeଓଡିଶାମାହାଙ୍ଗା ଡବଲ ମର୍ଡର ଘଟଣାରେ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ପୁଣି ଚାର୍ଜସିଟ୍‌ରେ ଯୋଡିବା ପାଇଁ ...

ମାହାଙ୍ଗା ଡବଲ ମର୍ଡର ଘଟଣାରେ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ପୁଣି ଚାର୍ଜସିଟ୍‌ରେ ଯୋଡିବା ପାଇଁ ମାନ୍ୟବର ଜେଏମ୍‌ଏଫ୍‌ସି କୋର୍ଟଙ୍କ ନିର୍ଦ୍ଦେଶ

ନୈତିକତା ଦୃଷ୍ଟିରୁ ଆଇନମନ୍ତ୍ରୀ ତୁରନ୍ତ ଇସ୍ତଫା ଦିଅନ୍ତୁ ନଚେତ ମୁଖ୍ୟମନ୍ତ୍ରୀ ତାଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରନ୍ତୁୁ : ପୀତାମ୍ବର ଆଚାର୍ଯ୍ୟ

 ପଦର ଅପବ୍ୟବହାର କରିବା ସହ ତଦନ୍ତ ପ୍ରକ୍ରିୟାକୁ ପ୍ରଭାବିତ କରି ମନ୍ତ୍ରୀ ପ୍ରତାପ ଜେନା ନିଜ ନାଁ ଚାର୍ଜସିଟ୍‌ରୁ ବାଦ୍ କରାଇଥିଲେ

 ମାନ୍ୟବର କୋର୍ଟଙ୍କ ନିର୍ଦ୍ଦେଶ ଶାସକ ବିଜେଡିର ଅସଲ ମୁଖା ଖୋଲି ଦେଇଛି

 ମୁଖ୍ୟମନ୍ତ୍ରୀଙ୍କ ଜ୍ଞାତସାରରେ ସମସ୍ତ ଘଟଣା ଘଟିଥିବାରୁ ମୁଖ୍ୟମନ୍ତ୍ରୀ ମଧ୍ୟ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବା ଉଚିତ୍‌

ଭୂବନେଶ୍ୱର : ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣା ତଦନ୍ତରେ ଶାସକ ବିଜେଡିର ହସ୍ତକ୍ଷେପ ଏବଂ ଘଟଣାକୁ ଚାପି ଦେଇ ଘଟଣାରେ ଅନ୍ୟତମ ଅଭିଯୁକ୍ତ ପ୍ରଭାବଶାଳୀ ମନ୍ତ୍ରୀ ପ୍ରତାପ ଜେନାଙ୍କୁଘଂଟ ଘୋଡାଇବାରେ ମୁଖ୍ୟମନ୍ତ୍ରୀ ଯଥାସମ୍ଭବ ପ୍ରଚେଷ୍ଟା କରିଛନ୍ତି । ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡରେ ୧୩ ଜଣଙ୍କ ନାଁରେ ଅଭିଯୋଗ ହୋଇଥିବାବେଳେ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଛାଡି ଅନ୍ୟ ୧୨ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କରାଯାଇଥିଲା । ପଦର ଅପବ୍ୟବହାର କରିବା ସହ ତଦନ୍ତ ପ୍ରକ୍ରିୟାକୁ ପ୍ରଭାବିତ କରି ମନ୍ତ୍ରୀ ପ୍ରତାପ ଜେନା ନିଜ ନାଁ ଚାର୍ଜସିଟ୍‌ରୁ ବାଦ୍ କରାଇଥିଲେ । ଏହା ଅତ୍ୟନ୍ତ ନିନ୍ଦନୀୟ ବୋଲି ଆଜି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ମୁଖପାତ୍ର ତଥା ବରିଷ୍ଠ ଆଇନଜୀବି ଶ୍ରୀ ପୀତାମ୍ବର ଆଚାର୍ଯ୍ୟ କହିଛନ୍ତି ।

ମାହାଙ୍ଗା ଡବଲ ମର୍ଡର ଘଟଣାରେ ପୋଲିସ ବହୁ ଚଂଚକତା କରି ୧୩ ନମ୍ବର ମୁଦାଲା ମନ୍ତ୍ରୀ ପ୍ରତାପ ଜେନାଙ୍କ ନାଁ ଚାର୍ଜସିଟ୍‌ରୁ କାଢି ଦେଇଥିବାବେଳେ ଆଜି ପୁଣି ଥରେ ତାଙ୍କ ନାଁକୁ ଚାର୍ଜସିଟ୍ ରେ ଯୋଡିବା ପାଇଁ ମାନ୍ୟବର ସାଲେପୁର ଜେଏମ୍‌ଏଫ୍‌ସିି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆଜିର କୋର୍ଟଙ୍କ ଏହି ନିର୍ଦ୍ଦେଶ ନିଶ୍ଚିତ ଭାବେ ସ୍ୱାଗତ ଯୋଗ୍ୟ ଏବଂ ଶାସକ ବିଜେଡିର ଅସଲ ମୁଖା ଖୋଲି ଦେଇଛି ବୋଲି ଶ୍ରୀ ଆଚାର୍ଯ୍ୟ କହିଛନ୍ତି । ପଦର ଅପବ୍ୟବହାର କରି ମନ୍ତ୍ରୀ ଶ୍ରୀ ଜେନା ତଦନ୍ତ ପ୍ରକ୍ରିୟାକୁ ପ୍ରଭାବିତ କରିଥିବାର ଆଜି ମାନ୍ୟବର ଜେଏମ୍‌ଏଫ୍‌ସିି କୋର୍ଟଙ୍କନିର୍ଦ୍ଦେଶ ପରେ ସ୍ପଷ୍ଟ ପ୍ରମାଣିତ ହୋଇଛି । ତେଣୁନୈତିକତା ଦୃଷ୍ଟିରୁ ଆଇନମନ୍ତ୍ରୀ ତୁରନ୍ତ ଇସ୍ତଫା ଦିଅନ୍ତୁ ନଚେତ ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରିବାକୁ ଶ୍ରୀ ଆଚାର୍ଯ୍ୟ ଦାବୀ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ ବିଭାଗ ଅଛି । ଏହି ଘଟଣାର ସଠିକ ତଦନ୍ତ ହେବା ଆବଶ୍ୟକ । କିନ୍ତୁ ମାହାଙ୍ଗା ହତ୍ୟା ଘଟଣାରେ ତଦନ୍ତ ପ୍ରକ୍ରିୟାକୁ ପ୍ରଭାବିତ କରାଯାଇ ବାଟବଣା କରିବାର ପ୍ରୟାସ କରାଯାଇଅଛି । ମୁଖ୍ୟମନ୍ତ୍ରୀଙ୍କ ଜ୍ଞାତସାରରେ ଏ ସମସ୍ତ ଘଟଣା ଘଟିଥିବାରୁ ମୁଖ୍ୟମନ୍ତ୍ରୀ ମଧ୍ୟ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବା ଉଚିତ୍ ବୋଲି ଶ୍ରୀ ଆଚାର୍ଯ୍ୟ ଦାବୀ କରିଛନ୍ତି । ଭ୍ରଷ୍ଟାଚାରୀ ବିଜେଡି ସରକାରକୁ ଗାଦିଚ୍ୟୁତ କରିବା ପାଇଁ ଶ୍ରୀ ଆଚାର୍ଯ୍ୟ ଓଡିଶାବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ ଡ.ଲେଖାଶ୍ରୀ ସାମନ୍ତସିଂହାର ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking