31.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଖସୁଛି ପଜିଟିଭ୍ ସଂଖ୍ୟା; ଗୋଟିଏ ଦିନରେ ଆଉ ୨୧୩୮ ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଖସୁଛି ପଜିଟିଭ୍ ସଂଖ୍ୟା; ଗୋଟିଏ ଦିନରେ ଆଉ ୨୧୩୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି ।ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୧୩୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୫୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୮୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୪,୧୪୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୨୧୩୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୩୬୧ ଜଣ ଥିବାବେଳେ କଟକରୁ ୧୫୬, ଅନୁଗୁଳରୁ ୧୫୧, ବାଲେଶ୍ୱରରୁ ୫୭, ବରଗଡ଼ରୁ ୭୩, ଭଦ୍ରକରୁ ୪୭, ବଲାଙ୍ଗିରରୁ ୭୯, ବୌଦ୍ଧରୁ ୨୧, ଦେବଗଡ଼ରୁ ୯, ଢେଙ୍କାନାଳରୁ ୩୮, ଗଜପତିରୁ ୮, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୬୬, ଯାଜପୁରରୁ ୭୧, ଝାରସୁଗୁଡ଼ାରୁ ୫୫, କଳାହାଣ୍ଡିରୁ ୫୧, କନ୍ଧମାଳରୁ ୨୪, କେନ୍ଦ୍ରାପଡ଼ାରୁ ୭୨, କେନ୍ଦୁଝରରୁ ୪୬, କୋରାପୁଟରୁ ୩୮, ମାଲକାନଗିରିରୁ ୫୫, ମୟୂରଭଞ୍ଜରୁ ୧୧୯, ନବରଙ୍ଗପୁରରୁ ୨୧, ନୟାଗଡ଼ରୁ ୩୧, ନୂଆପଡ଼ାରୁ ୪୧, ପୁରୀରୁ ୭୩, ରାୟଗଡ଼ାରୁ ୨୫, ସମ୍ବଲପୁରରୁ ୫୩, ସୋନପୁରରୁ ୮୦, ସୁନ୍ଦରଗଡ଼ରୁ ୧୩୭ ଏବଂ ଷ୍ଟେଟ୍ ଫୁଲ୍‌ରୁ ୬୨ ଜଣ ଅଛନ୍ତି ।

ରାଜ୍ୟରେ ଏ ପର୍ଯ୍ୟନ୍ତ ୩୯, ୫୯, ୭୧୨ କରୋନା ନମୁନା ପରୀକ୍ଷଣ ହୋଇଛି । ଶୁକ୍ରବାର ସକାଳ ସୁଦ୍ଧା ୨ ଲକ୍ଷ ୬୪ ହଜାର ୧୪୯ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨,୩୮, ୫୩୫ ଜଣ ସୁସ୍ଥ ହୋଇଛନ୍ତି। ୨୪, ୪୫୭ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୧୦୪ ଜଣଙ୍କର ମୃତ୍ୟୁ ହୋଇଛି । ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking