ପୁରୀ: ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପୁରୀରେ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି ଆରମ୍ଭ ହୋଇଛି । ୩୧ ଯାଏଁ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ମେଡିକାଲରେ ଅଫିସର୍ଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ଆବଶ୍ୟକୀୟ ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସାପ କାମୁଡା ଇଞ୍ଜେକ୍ସନ, ଓଆରଏସ୍ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାର ଗର୍ଭବତୀ ମହିଳାଙ୍କୁ ଚିହ୍ନଟ କରାଯାଉଛି । ଆସନ୍ତାକାଲି ୧୨ଟା ସୁଦ୍ଧା ଡେଲିଭେରି ପଏଣ୍ଟକୁ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧିକାରୀ ସୂଚନା ଦେଇଛନ୍ତି ।










