27.1 C
Bhubaneswar
Saturday, September 12, 2026
Homeଓଡିଶାସମ୍ଭାବ୍ୟ ବାତ୍ୟା: ୭ ଜିଲ୍ଲାରେ ଛୁଟି ବାତିଲ୍‌

ସମ୍ଭାବ୍ୟ ବାତ୍ୟା: ୭ ଜିଲ୍ଲାରେ ଛୁଟି ବାତିଲ୍‌

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ବାଲେଶ୍ୱରରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ୍ କରାଯାଇଛି। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କଲେ ବାଲେଶ୍ୱର ଜିଲ୍ଲାପାଳ। ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ୍ କରିବା ସହ ମୁଖ୍ୟାଳୟ ଛାଡିବା ଉପରେ କଟକଣା ଲଗାଯାଇଛି। ଏହା ସହ କେନ୍ଦ୍ରପଡା ଜିଲ୍ଲାରେ ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡିବା ମନା କରାଯାଇଛି। ମାଲକାନଗିରିରେ ୨୭ରୁ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ୍ କଲେ ଜିଲ୍ଲାପାଳ। କୋରାପୁଟରେ ୧୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ। କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ୨୭ରୁ ୩୧ ତାରିଖ ଛୁଟି ବାତିଲ କରିଦିଆଯାଇଛି।

ସୂଚନା ଅନୁସାରେ, ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ୨୮ ତାରିଖ ମଙ୍ଗଳବାର ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବା ନେଇ ମିଳିଛି ସୂଚନା। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏଁ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଶନିବାର ପୂର୍ବାହ୍ନରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସମସ୍ତ ଜିଲାକୁ ବାତ୍ୟା ଓ ବର୍ଷା ଆଲର୍ଟ ଜାରି କରାଯାଇଛି। ବାତ୍ୟାର ପ୍ରକୋପ ୧୫ ଜିଲ୍ଲା ଉପରେ ଅଧିକ ରହୁଥିବାରୁ ସେଠାରେ ସଜାଗ ରହିବାକୁ ସମ୍ପୃକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛିି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking