26.1 C
Bhubaneswar
Friday, March 6, 2026
Homeଓଡିଶାସିବିଆଇ ଜାଲରେ ଧରା ପଡିଲେ ପୋଷ୍ଟାଲ ଇନ୍ସପେକ୍ଟର

ସିବିଆଇ ଜାଲରେ ଧରା ପଡିଲେ ପୋଷ୍ଟାଲ ଇନ୍ସପେକ୍ଟର

ମୟୂରଭଞ୍ଜ : ସାର୍ଟିଫିକେଟ କରାଇ ଦେବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିବିଆଇ ଜାଲରେ ଧରା ପଡ଼ିଛି ମୟୂରଭଞ୍ଜ ଦଳାର ପୋଷ୍ଟାଲ ଇନ୍ସପେକ୍ଟର ରାଜେନ୍ଦ୍ର ପୃଷ୍ଟି ।ଉଦଳା ପୋଷ୍ଟାଲ ସର୍କଲ ଅଧୀନ କୁଶଳଦା ପଥୁରୀକଟା ପୋଷ୍ଟ ଅଫିସର ଜିଡ଼ିଏସ ବିପିଏମ ମଳୟ କୁମାର ବେହେରାଏବେ ଶିକ୍ଷକ ଚାକିରି ପାଇଛନ୍ତି। ଉକ୍ତ ଚାକିରି କରିବା ନିମନ୍ତେ ପୋଷ୍ଟାଲ ବିଭାଗ ପକ୍ଷରୁ ଜିଷ୍ଟ୍ରେଶନ ସହିତ ପୋଷ୍ଟ ୱାର୍କ ଭେରିଫିକେସନ ସାର୍ଟିଫିକେଟର ଆବଶ୍ୟକତା ରହିଥିଲା।ଯେଉଁ ପୋଷ୍ଟ ୱାର୍କ ଭେରିଫିକେସନ ସାର୍ଟିଫିକେଟ ପାଇବା ପାଇଁ ବିପିଏମ ମଳୟ କୁମାର ବେହେରା ଉଦଳା ପୋଷ୍ଟାଲ ଇନ୍ସପେକ୍ଟରଙ୍କ ନିକଟରେ ପହଞ୍ଚିଥିଲେ। ହେଲେ ସାର୍ଟିଫିକେଟ ଦେବା ନିମନ୍ତେ ପୋଷ୍ଟାଲ ଇନ୍ସପେକ୍ଟର ରାଜେନ୍ଦ୍ର କୁମାର ପୃଷ୍ଟି ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।ଗତକାଲି ସନ୍ଧ୍ୟାରେ ନିଜ ଭଡା ବାସଭବନ ନିକଟରେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ରାଜେନ୍ଦ୍ର ପୃଷ୍ଟିଙ୍କୁ ମାଡି ବସିଥିଲା ସିବିଆଇ ଆଣ୍ଟିକରପସନ ଟିମ। ଧରା ପଡିବା ପରେ ପୋଷ୍ଟାଲ ଇନ୍ସପେକ୍ଟର ଘଟଣାସ୍ଥଳରେ ଟଙ୍କା ଫୋପାଡ଼ି ଦେଇ ଖସି ଯିବାକୁ ଉଦ୍ୟମ କରିଥିଲେ, ହେଲେ ସିବିଆଇ ତାଙ୍କୁ କାବୁ କରି ଦେଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking