30.1 C
Bhubaneswar
Saturday, May 31, 2025
Homeଓଡିଶାପ୍ରଭାସିନୀ, ଦେବୀଙ୍କୁ ମିଳିଲା ସହାୟତା: ମୁଖ୍ୟମନ୍ତ୍ରୀ ଦେଲେ ନିଯୁକ୍ତି ପତ୍ର,  ୧୦ଲକ୍ଷ ଟଙ୍କା ଲେଖାଏଁ ସହାୟତା

ପ୍ରଭାସିନୀ, ଦେବୀଙ୍କୁ ମିଳିଲା ସହାୟତା: ମୁଖ୍ୟମନ୍ତ୍ରୀ ଦେଲେ ନିଯୁକ୍ତି ପତ୍ର,  ୧୦ଲକ୍ଷ ଟଙ୍କା ଲେଖାଏଁ ସହାୟତା

ଭୁବନେଶ୍ୱର: କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବର। ଉଭୟଙ୍କ ଆଖିରେ ଥିଲା କୃତଜ୍ଞତାର ଅଶ୍ରୁ। ସେମାନଙ୍କ ଦୁଃଖ ସମୟରେ ସେମାନଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଲୋକପ୍ରିୟତା ହାସଲ କରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୁଣିଥରେ ନିଜର ସହୃଦୟତାର ପରିଚୟ ଦେଇଛନ୍ତି।

ଆଜି ସେମାନେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ  ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ଉଭୟଙ୍କୁ ହୋମଗାର୍ଡ ପଦବୀ ପାଇଁ ନିଯୁକ୍ତି ପତ୍ର ଓ ୧୦ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିଲେ।  ମୁଖ୍ୟମନ୍ତ୍ରୀ ସେମାନଙ୍କର ଭଲମନ୍ଦ ପଚାରି ଥିଲେ ଏବଂ ଅଧୈର୍ଯ୍ୟ ନହେବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ସରକାର ସେମାନଙ୍କ ସହିତ ଅଛନ୍ତି। ସେମାନଙ୍କର ଆଗାମୀ ଜୀବନ ଓ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ସର୍ବକୁଶଳ କାମନା କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହୃଦୟତା ପାଇଁ ସେମାନେ ଅଶ୍ରୁଳ ନୟନରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

ପ୍ରଭାସିନୀଙ୍କ ସ୍ୱାମୀ ଜଗବନ୍ଧୁ ମାହାଲି ହୋମଗାର୍ଡ ଭାବେ କାର୍ଯ୍ୟକରୁଥିଲେ ଏବଂ ଦେବୀଙ୍କ ସ୍ୱାମୀ ଲୋକନାଥ ଶବର ଓ.ଏ.ପି.ଏଫ୍ ଯବାନ ଭାବେ କାର୍ଯ୍ୟ କରୁଥିଲେ। ଉଭୟ କଟକରେ କର୍ତ୍ତବ୍ୟରତ ଥିବା ସମୟରେ ଗତ ୨୨ ତାରିଖ ଦିନ ପି.ସି.ଆର୍ ଭ୍ୟାନ୍‌ରେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାଣ ହରାଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି ଖୁରାନିଆ, ହୋମଗାର୍ଡ ଓ ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡଙ୍ଗୀ  ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking