31.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗପଞ୍ଚଭୂତରେ ଲୀନ ହେଲେ ପ୍ରଦୀପ ମହାରଥୀ

ପଞ୍ଚଭୂତରେ ଲୀନ ହେଲେ ପ୍ରଦୀପ ମହାରଥୀ

ପୁରୀ : ମହାଯାତ୍ରାରେ ମହାରଥୀ । ବରିଷ୍ଠ ବିଜେଡ଼ି ନେତା ପ୍ରଦୀପ ମହାରଥୀଙ୍କର ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମହାରଥୀଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ତେବେ ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା । ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ୨ଦିନ ପୂର୍ବରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପୂର୍ବରୁ କୋରୋନାରେ ଆକ୍ରାନ୍ତ ହୋଇଥିଲେ ମହାରଥୀ। ସୁସ୍ଥ ହେବା ପରେ ପୁଣି ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ୧୯୫୫ ମସିହା ଜୁଲାଇ ୪ରେ ଜନ୍ମ ଗ୍ରହଣ କରିଥିବା ମହାରଥୀ ୧୯୮୫ରେ ପ୍ରଥମ ଥର ବିଧାୟକ ହୋଇଥିଲେ । ପ୍ରଦୀପ ପ୍ରଦୀପ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଥିଲେ । ୧୯୮୫, ୧୯୯୦, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ୟ ପ୍ରଦୀପ ମହାରଥୀଙ୍କ ନିଧନରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ମହାରଥୀଙ୍କ ବିୟୋଗ ରାଜ୍ୟ ରାଜନୀତିର ଅପୂରଣୀୟ କ୍ଷତି ବୋଲି କହିଛନ୍ତି ନିରଞ୍ଜନ ପଟ୍ଟନାୟକ । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ ମଧ୍ୟ ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking