24.1 C
Bhubaneswar
Thursday, May 9, 2024
Homeଓଡିଶାବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ୍

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ୍

ଭୁବନେଶ୍ୱରୁ : ଠକେଇ ମାମଲାରେ ଗିରଫ ହୋଇ ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍ ମିଳିଛି । ଟାଟା କମ୍ପାନୀରେ ଚାକିରି କରାଇଦେବା ନାଁରେ ଠକେଇ ମାମଲାରେ ସେ ଜାମିନ ପାଇଛନ୍ତି । ୫ ଲକ୍ଷ ଟଙ୍କା ଜମା ଓ ୨ ଲକ୍ଷ ଲେଖାଏଁ ଦୁଇ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି । ତେବେ ତଦନ୍ତରେ ସହଯୋଗ କରିବା ସହ ସାକ୍ଷୀଙ୍କୁ ପ୍ରଭାବିତ ନ କରିବାକୁ ହାଇକୋର୍ଟ ପ୍ରଦୀପଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲା ସମ୍ପର୍କରେ ଗଣମାଧ୍ୟମକୁ ବିବୃତ୍ତି ନ ଦେବାକୁ ହାଇକୋର୍ଟ ତାଗିଦ୍ କରିଥିବା ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking