ଭୁବନେଶ୍ୱର: ଆସନ୍ତା ୧୪ରେ ମିଳିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପକ୍କା ଘର । ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ । ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ ବାଣ୍ଟିବେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଉପସ୍ଥିତ ରହିବେ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି । ରାଜ୍ୟର ପ୍ରତି ଜିଲ୍ଲା, ବ୍ଲକ ଓ ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଆବାସ ଯୋଜନାରେ ୪ ଲକ୍ଷ ଓ ଅନ୍ତ୍ୟୋଦୟ ଯୋଜନାରେ ୫ ଲକ୍ଷ ଘର ମିଳିଛି । ୧୪ରେ ଅତିରିକ୍ତ ୨ ଲକ୍ଷ ୯୧ ହାଜର ୬୬୬ ଘର ଆବଣ୍ଟନ କରାଯିବ ।










