ଭୁବନେଶ୍ୱର : ଓଡିଶା ବିଧାନସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ବିଜେପି ଆଗକୁ ଆଗକୁୁ ମାଡି ଚାଲିଛି । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ଚାଲିଛି । ଏହାରି ଭିତରେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନରୁ ପରାଜିତ ହୋଇଥିବାବେଳେ ତାଙ୍କ ମା’ ସନ୍ଧ୍ୟାରାଣୀ ଦାସ କୋରେଇ ବିଧାନସଭା ଆସନରୁ ହାରି ଯାଇଛନ୍ତି । ସମ୍ବଲପୁର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିପୁଳ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ସେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଲକ୍ଷାଧିକ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ସେହିପରି ବବିଙ୍କ ମା’ କୋରେଇ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ସନ୍ଧ୍ୟାରାଣୀ ଦାସ ପରାଜିତ ହୋଇଛନ୍ତି । ସେଠାରେ ତାଙ୍କୁ ବିଜେପି ପ୍ରାର୍ଥୀ ଆକାଶ ଦାସ ନାୟକ ପରାସ୍ତ କରିଛନ୍ତି