27.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗବିଗୁଡ଼ିଛି ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟବସ୍ଥା

ବିଗୁଡ଼ିଛି ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟବସ୍ଥା

ନୂଆଦଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥ।।ରେ କୌଣସି ସୁଧାର ପରିଲିକ୍ଷିତ ହୋଇନାହିଁ । ଗତକାଲି ଅପେକ୍ଷା ଆଜି ଆହୁରି ଅଧିକ ବିଗିଡ଼ି ଯାଇଛି ତାଙ୍କ ସ୍ୱାସ୍ଥ୍ୟ । ନୂଆଦିଲ୍ଲୀର ଆର୍ମି ହସ୍ପିଟାଲ ପକ୍ଷରୁ କୁହାଯାଇଛି ଯେ ,ମସ୍ତିଷ୍କ ସର୍ଜରୀ ପରେ ଭେଣ୍ଟିଲିଟରରେ ଥିବା ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଘଟିଛି। ତାଙ୍କୁ ଏବେ ଭେଣ୍ଟିଲେଟରରେ ରଖାଯାଇଛି । ସେ ଏବେ ଗଭୀର କୋମାରେ ଅଛନ୍ତି ।ଏକ ସ୍ୱତନ୍ତ୍ର ବିଶେଷଜ୍ଞ ଦଳ ଦ୍ବାରା ତାଙ୍କର ଚିକିତ୍ସା କରାଯାଉଛି ।

ସୂଚନା ଅନୁଯାୟୀ, ଉଲ୍ଲେଖଯୋଗ୍ୟ, ଶ୍ରୀ ମୁଖାର୍ଜୀଙ୍କୁ ଗତ ଅଗଷ୍ଟ ୧୦ରେ ଦିଲ୍ଲୀ କ୍ୟାଣ୍ଟନମେଣ୍ଟରେ ଥିବା ଆର୍ମି ରିସର୍ଚ୍ଚ ଏବଂ ରେଫରାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ତାଙ୍କ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଥିବା ଜଣାପଡ଼ିବା ପରେ ତାଙ୍କ ମସ୍ତିଷ୍କରେ ଅସ୍ତ୍ରୋପଚାର କରାଯାଇଥିଲା। ସୋମବାର ଅସ୍ତ୍ରୋପଚାର ପୂର୍ବରୁ ୮୪ ବର୍ଷୀୟ ଶ୍ରୀ ମୁଖାର୍ଜୀ କୋଭିଡ-୧୯ ପାଇଁ ମଧ୍ୟ ହୋଇଥିବା ପରୀକ୍ଷାରେ କରୋନା ପଜିଟିଭ୍ ଥିବା ଜଣା ପଡ଼ିଥିଲା। ଏବଂ ଏ ସଂପର୍କରେ ନିଜେ ଶ୍ରୀ ମୁଖାର୍ଜୀ ଟୁଇଟ୍ କରି ସୂଚନା ଦେଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking