27.1 C
Bhubaneswar
Wednesday, June 26, 2024
Homeଓଡିଶାପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର:ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କୁ ନିୟମିତ ଜାମିନ ମିଳିଛି । ପୂର୍ବରୁ ୩ ଦିନ ଅନ୍ତରୀଣ ଜାମିନ ମିଳିଥିଲାବେଳେ ଏବେ ମାନ୍ୟବର ହାଇକୋର୍ଟ ତାଙ୍କୁ ନିୟମିତ ଜାମିନ ପ୍ରଦାନ କରିଛନ୍ତି । ତେବେ ଜାମିନ ଉପରେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ ବୋଲି ହାଇକୋର୍ଟ କହିଛନ୍ତି । ପୁଲିଂ ବୁଥରେ ଗଣ୍ଡଗୋଳ ମାମଲାରେ ପ୍ରଶାନ୍ତଙ୍କୁ ପୁଲିସ ଗିରଫ କରି କୋର୍ଟଚାଲାଣ କରିଥିଲା । ସେଠାରେ ତାଙ୍କର ଜାମିନ ଖାରଜ ହେବାକୁ ତାଙ୍କୁ ଜେଲ ଯିବାକୁ ପଡ଼ିଥିଲା । ଏପରିକି ଜେଲରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କୁ ୩ ଦିନ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଥିଲା । କିନ୍ତୁ ଆଜି ହାଇକୋର୍ଟ ତାଙ୍କୁ ନିୟମିତ ଜାମିନ ପ୍ରଦାନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking