28.1 C
Bhubaneswar
Saturday, April 27, 2024
Homeଓଡିଶାଜାମିନ ପାଇଲେ ପ୍ରଶାନ୍ତ ଜଗଦେବ

ଜାମିନ ପାଇଲେ ପ୍ରଶାନ୍ତ ଜଗଦେବ

ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ଜାମିନ । ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଜାମିନ ଦେଇଛନ୍ତି ଖୋର୍ଦ୍ଧା ଏଡିଜେ ୧ । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ମିଳିଛି । ବିଜେପି ବାଲୁଗାଁ ମଣ୍ଡଳ ସଭାପତିଙ୍କୁ ଆକ୍ରମଣ ମାମଲାରେ ଜାମିନ ମିଳିଛି । ସୂଚନାଯୋଗ୍ୟ, ବିଜେପି ନେତା ନିରଞ୍ଜନ ସେଠୀଙ୍କୁ ଚିଲିକା ବିଧାୟକ ପ୍ରଶାନ୍ତ ବିଧାୟକ  ବାଲୁଗାଁ ଏନଏସି ଅଫିସ ଆଗରେ ମାଡ ମାରିଥିଲେ। ଏ ନେଇ ଜଗଦେବଙ୍କ ବିରୋଧରେ ଥାନାରେ ଅଭିଯୋଗ ହୋଇଥିଲା। ବିଧାୟକଙ୍କ ମାଡ ମରାର ଭିଡିଓ ଭାଇରାଲ ହୋଇଥିବା ବେଳେ ଏ ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହା ସହ  ନିରଞ୍ଜନଙ୍କୁ ମାଡ ମରା ନେଇ ବିଜେପି ଶାସକ ବିଜୁ ଜନତା ଦଳକୁ ଟାର୍ଗେଟ୍ କରିଥିଲା। ଏହି କାରଣରୁ ପ୍ରଶାନ୍ତ ଜଗଦେବଙ୍କୁ ବିଜେଡିରୁ ସସପେଣ୍ଡ କରାଯାଇଥିବା ଅନୁମାନ କରାଯାଉଛି। ସୂଚନାଯୋଗ୍ୟ ଯେ, ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ତାଙ୍କର ଆଚରଣ ନେଇ ଅତୀତରେ ଅନେକ ଥର ବିବାଦୀୟ ହୋଇଛନ୍ତି। ତାଙ୍କ ନାଁରେ ମଧ୍ୟ ଉତ୍ସୃଙ୍ଖଳ ଆଚରଣ ନେଇ ଅଭିଯୋଗର ଚର୍ଚ୍ଚା। ଅନେକ ସମୟରେ ହୋଇ ଆସିଛି। ଦଳର ଭାବମୂର୍ତ୍ତି ଦୃଷ୍ଟିରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶେଷରେ  ଗଣେଶ ଜଗଦେବ ଓରଫ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହା ନବୀନ  ସରକାରଙ୍କ ପଞ୍ଚମ ପାଳିରେ ପ୍ରଥମ ବଡ ଆକ୍ସନ ଏବଂ ଦଳରୁ ନିଲମ୍ବିତ ହେବାରେ ପଞ୍ଚମ ପାଳିରେ ପ୍ରଶାନ୍ତ ଜଗଦେବ ପ୍ରଥମ ବିଧାୟକ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking