ଭୁବନେଶ୍ୱର : ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପ । ଆଗାମୀ ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । ଆଜି ପଶ୍ଚିମ କେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି । ଏହା ଆହୁରି ଘନୀଭୂତ ହୋଇ ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଜାରି ରହିଛି । ଆସନ୍ତାକାଲି ଯାଏଁ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।










