ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେଇ ଦୁର୍ବଳ ହୋଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପୂର୍ବର-ଉତ୍ତରପୂର୍ବ ଆଡକୁ ଗତି କରି ଅବପାତ ସମୁଦ୍ର ଭିତରେ ଦୁର୍ବଳ ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେଣୁ ଗତ ଦୁଇ ଦିନ ହେଲା ଜାରି ରହିଥିବା ଲଗାଣ ବର୍ଷା ଆଜିଠୁ ଛାଡ଼ିବା ଆକଳନ କରାଯାଇଛି। ତେବେ ଉପକୂଳ ଜିଲ୍ଲାଗୁଡିକରେ ଆଜି ମଧ୍ୟ ହଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷାର ପରିମାଣ କମିବାକୁ ଥିବା ବେଳେ ଘନ କୁହୁଡ଼ି ମାଡ଼ି ଆସିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସହ ଜାରି ରହିବ ଘନ କୁହୁଡି । ଆଜି ରାଜ୍ୟର ୬ଟି ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବ । ସେହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ । ଘନ କୁହୁଡିରେ ଦୃଶ୍ୟମାନ ଦୂରତା ୨୦୦ ମିଟର ଯାଏଁ ରହିବ ।