27.2 C
Bhubaneswar
Thursday, April 16, 2026
Homeଓଡିଶାମଧ୍ୟାହ୍ନରେ ପୁରୀ ଅତିକ୍ରମ କରିବ ଅବପାତ

ମଧ୍ୟାହ୍ନରେ ପୁରୀ ଅତିକ୍ରମ କରିବ ଅବପାତ

ଭୁବନେଶ୍ୱର : ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇଛି। ବର୍ତ୍ତମାନ ଗଭୀର ଅବପାତ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଥିବା ବେଳେ ମଧ୍ୟାହ୍ନରେ ପୁରୀ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଲାଗି ରହିବ। ପୁରୀଠାରୁ ୧୧୦ କି.ମି, ଗୋପାଳପୁରଠାରୁ ୧୫୦ ଓ ପାରାଦୀପଠାରୁ ୧୬୦ କି.ମି ଦୂରରେ କେନ୍ଦ୍ରୀଭୂତ ରହିଛି। ଆସନ୍ତା ୩ଘଣ୍ଟା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗୀର ଓ ଗଜପତି ଜିଲାକୁ ସତର୍କତା ଜାରି କରାଯାଇଛି। ଏଥିସହ ଖୋର୍ଦ୍ଧା, ପୁରୀ ସମେତ ୧୬ଜିଲା ପାଇଁ ହଳଦିଆ ସତର୍କତା ଜାରି ହୋଇଛି। ପ୍ରବଳ ବର୍ଷା ନେଇ ସମସ୍ତ ଜିଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking