34.1 C
Bhubaneswar
Friday, March 29, 2024
Homeଅପରାଧନ୍ୟାୟ ମାଗୁଛି ୭ମାସର ଗର୍ଭବତୀ: ପ୍ରେମିକ ଘର ସାମ୍ନାରେ ଧାରଣା

ନ୍ୟାୟ ମାଗୁଛି ୭ମାସର ଗର୍ଭବତୀ: ପ୍ରେମିକ ଘର ସାମ୍ନାରେ ଧାରଣା

ନବରଙ୍ଗପୁର : ନ୍ୟାୟ ଦାବିରେ ୭ମାସର ଗର୍ଭବତୀ ପ୍ରେମିକା ପ୍ରେମିକ ଘର ସାମ୍ନାରେ ଧାରଣାରେ ବସିଛନ୍ତି । ନିଜ ସ୍ତ୍ରୀକୁ ଭାଉଜ ଏବଂ ଝିଅକୁ ଝିଆରୀ କହି ପ୍ରେମିକା ଧାରଣା । ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ୭ ବର୍ଷ ହେଲା ପ୍ରେମିକାଙ୍କ ସହ ରଖିଥିଲେ ଶାରିରୀକ ସମ୍ପର୍କ । ଏବେ ପ୍ରେମିକା ୭ ମାସର ଗର୍ଭବତୀ ହେବାପରେ ଏକୁଟିଆ ଛାଡ଼ି ଚାଲିଗଲେ ପ୍ରେମିକ । ସେପଟେ ଗର୍ଭବତୀ ଯୁବତୀଙ୍କୁ ଘରେ ପୁରାଉ ନାହାନ୍ତି ପ୍ରେମିକର ପରିବାର । ପାପଡାହାଣ୍ଡି ଥାନା ଘାଟଗୁଡ଼ା ପଞ୍ଚାୟତ ଅଞ୍ଚଳରେ ଘଟିଛି ଏଭଳି ଘଟଣା । ଦୀର୍ଘ ୧୫ ଦିନ ହେଲା ନ୍ୟାୟ ପାଇଁ ପୀଡ଼ିତା ବାର ଦ୍ୱାର ବୁଲୁଥିବା ବେଳେ ଏବେ ପ୍ରେମିକର ଘର ଆଗରେ ଧାରଣା ଦେଇଛନ୍ତି । ସୂଚନା ଅନୁଯାୟୀ, ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନା ଘାଟଗୁଡ଼ା ପଞ୍ଚାୟତ ଛତ୍ରଭର ଗାଁର ଲାଇଜର ଖରା ନାମକ ଜଣେ ବିବାହିତ ବ୍ୟକ୍ତି ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ । ଲାଇଜର ବିବାହିତ ହୋଇଥିଲେ ମଧ୍ୟ ନିଜ ସ୍ତ୍ରୀକୁ ଭାଉଜ ଏବଂ ଝିଅକୁ ଝିଆରୀ ବୋଲି ମିଛ କହି ଯୁବତୀଙ୍କୁ ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖି ଆସୁଥିଲେ ।

ତେବେ ଯୁବତୀ ଜଣଙ୍କ ବିବାହ କରିବାକୁ ଜିଦ୍ କରିବାରୁ ଲାଇଜର ପାପଡାହାଣ୍ଡି ଗାଁରେ ଏକ ମାସ ଓ ପରେ ଉମରକୋଟ ସ୍ଥିତ ଡଙ୍ଗରିସାହିରେ ଥିବା ତାଙ୍କ ଭଉଣୀ ଘରେ ୨ ବର୍ଷ ରଖିଥିଲେ । ଏହାପରେ ଡାବୁଗାଁର ସୁଧାର ଗୃହରେ ଏକ ମାସ ରଖିବା ପରେ ଏବେ ନିଜ ଘରକୁ ନେଇ ଆସିଥିଲେ । ହେଲେ ଲାଇଜରର ପରିବାର ଲୋକେ ଯୁବତୀଙ୍କୁ ଘରେ ପୁରାଇ ଦେଇନଥିଲେ । ତାଙ୍କର ସମସ୍ତ ଲୁଗାପଟା ବାହାରେ ଫିଙ୍ଗି ଦେଇଥିଲେ । ଫଳରେ ଗର୍ଭବତୀ ଯୁବତୀ ଲାଇଜରଙ୍କ ଘର ଆଗରେ ଧାରଣା ଦେଇଛନ୍ତି । ସେପଟେ ଲାଇଜର ଘର ଛାଡ଼ି ଫେରାର୍ ହୋଇଯାଇଛନ୍ତି । ତେବେ ଗତ ୧୫ ଦିନ ହେବ ଯୁବତୀ ଜଣଙ୍କ ନ୍ୟାୟ ପାଇଁ ବାର ଦ୍ୱାର ବୁଲୁଥିବା ଥିବା ବେଳେ ୧ ମାସ ପୂର୍ବରୁ ପାପଡାହାଣ୍ଡି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ହେଲେ ପୁଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ । ଯୁବତୀ ଜଣଙ୍କ ନ୍ୟାୟ ଅପେକ୍ଷାରେ ପ୍ରେମିକଙ୍କ ଘର ଆଗରେ ଧାରଣା ଦେଇଥିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking