35.1 C
Bhubaneswar
Wednesday, May 8, 2024
Homeଓଡିଶା୭୪ତମ ସାଧାରଣତନ୍ତ୍ର ଦିବସ ;୨୦୨୩ ପାଳନ ନିମନ୍ତେ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

୭୪ତମ ସାଧାରଣତନ୍ତ୍ର ଦିବସ ;୨୦୨୩ ପାଳନ ନିମନ୍ତେ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଫେସିଲିଟେସନ ସେଣ୍ଟର
ଠାରେ ମୟୂରଭଞ୍ଜ ଜିଲ୍ଲାପାଳ ଶ୍ରୀଯୁକ୍ତ ବିନୀତ ଭରଦ୍ୱାଜଙ୍କ ସଭାପତିତ୍ବରେ 74ତମ ସାଧାରଣତନ୍ତ୍ର ଦିବସ -2023 ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସଭାରେ ଯୋଗ ଦେଇଥିବା ସମସ୍ତଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ନୂତନବର୍ଷ ଉପଲକ୍ଷେ ଅଭିନନ୍ଦନ ଜଣାଇବା ସଂଗେ ସଂଗେ ସ୍ୱାଗତ କରିଥିଲେ। ଜିଲ୍ଲାପାଳ ଆଜିର ଏହି ପ୍ରସ୍ତୁତି ବୈଠକର ଆଭିମୁଖ୍ୟ ସମ୍ବନ୍ଧରେ ପ୍ରତିପାଦନ କରି ଏବର୍ଷ ସାଧାରଣତନ୍ତ୍ର ଦିବସ ପୂର୍ଣ୍ଣାଙ୍ଗ ଭାବେ ପାଳିତ ହେବା ନେଇ ପ୍ରକାଶ କରିବା ସହିତ ଏହି ଜାତୀୟ ଦିବସକୁ ଜିଲ୍ଲାସ୍ତରରେ ସୁନ୍ଦର ତଥା ଆକର୍ଷଣୀୟ ଭାବେ ବ୍ୟବସ୍ଥିତ ଢଙ୍ଗରେ ପାଳନ କରିବା ପାଇଁ ପ୍ରତ୍ୟେକଟି ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ତଦନୁସାରେ ଏହି ଜାତୀୟଦିବସ ପାଳନ ଅବସରରେ ଆବଶ୍ୟକୀୟ କାର୍ଯ୍ୟ, ଯଥା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ଅନୁଷ୍ଠାନ ଦ୍ୱାରା ପ୍ରତିଯୋଗିତା ଆୟୋଜନ ତଥା ଏଥିପାଇଁ ଉପଯୁକ୍ତ ବିଚାରକ ମଣ୍ଡଳୀ ପ୍ରସ୍ତୁତି, ପ୍ୟାରେଡ ପଡିଆ ସୁସଜ୍ଜିକରଣ, ଅଭିବାଦନ ମଞ୍ଚ ପ୍ରସ୍ତୁତି, ସହରାଞ୍ଚଳକୁ ପରିଷ୍କାର ପରିଚ୍ଛନ୍ନ, ଜଳ ଯୋଗାଣ, ଆକସ୍ମିକ ଦୁର୍ଘଟଣାର ମୁକାବିଲା, ପ୍ୟାରେଡ ପରିଚାଳନା, ଅପାତକାଳୀନ ସ୍ୱାସ୍ଥ୍ୟ ସେବା, ରାମଧୁନ ପରିବେଷଣ, ଅତିଥିମାନଙ୍କୁ ନିମନ୍ତ୍ରଣ ଓ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ ଇତ୍ୟାଦି କାର୍ଯ୍ୟକୁ ସୁଚାରୁ ରୂପେ ସମ୍ପାଦନ ନିମନ୍ତେ ବିଭିନ୍ନ କମିଟି ଗଠନ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀ ତଥା ବ୍ୟକ୍ତି ବିଶେଷଙ୍କୁ ଦାୟିତ୍ୱନ୍ୟସ୍ତ କରାଯିବା ନେଇ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ଓ ଜିଲ୍ଲା ସ୍ତରୀୟ ଏହି ଜାତୀୟ ଦିବସକୁ ସୁନ୍ଦର ଓ ଶୃଙ୍ଖଳିତ ଭାବେ ପାଳନ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଅନୁଷ୍ଠିତ ଉକ୍ତ ବୈଠକରେ ଜିଲ୍ଲାଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଋଷିକେଶ ଦ୍ୟାନ ଦେଓ ଖିଲାରୀ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତି ପ୍ରମୁଖ ଯୋଗ ଦେଇଥିବା ବେଳେ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ପଦାଧିକାରୀ, ଶିକ୍ଷlନୁଷ୍ଠାନର ମୁଖ୍ୟ ତଥା ଶିକ୍ଷକ ଶିକ୍ଷୟତ୍ରୀ, ଅଧ୍ୟାପକ, ଅଧ୍ୟାପିକା, ବରିଷ୍ଠ ନାଗରିକ,ଆଇନଜୀବୀ,ସହର ମାନ୍ୟଗଣ୍ୟ ବ୍ୟକ୍ତି, ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ଓ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ରହି ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରି ସୁଚିନ୍ତିତ ମତାମତ ରଖିଥିଲେ। ଶେଷରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ମୟୂରଭଞ୍ଜ ଶ୍ରୀ ବିକାଶ ରଞ୍ଜନ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking