28.1 C
Bhubaneswar
Friday, June 21, 2024
Homeଦେଶ ବିଦେଶଜି-୨୦ ପାଇଁ ଦିଲ୍ଲୀରେ ଶେଷ ହେଲା ପ୍ରସ୍ତୁତି

ଜି-୨୦ ପାଇଁ ଦିଲ୍ଲୀରେ ଶେଷ ହେଲା ପ୍ରସ୍ତୁତି

ନୂଆଦିଲ୍ଲୀ : ଜି-୨୦ ସମ୍ମିଳନୀ ଲାଗି ରାଜଧାନୀ ଦିଲ୍ଲୀରେ ଜୋରଦାର ପ୍ରସ୍ତୁତି ଜୋରଦାର ଚାଲିଛି। ସେପ୍ଟେମ୍ବର ୮ରୁ ୧୦ ତାରିଖ ଯାଏଁ ଦିଲ୍ଲୀରେ ଜି-୨୦ ସମ୍ମିଳନୀ ଆୟୋଜିତ ହେବାକୁ ଯାଉଥିବା ବେଳେ ୭ ତାରିଖରୁ ଦିଲ୍ଲୀରେ ପହଞ୍ଚି ଯିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌।ଅତିଥିଙ୍କୁ ସ୍ୱାଗତ ଲାଗି ରାଜଧାନୀ ଦିଲ୍ଲୀ ସଜେଇ ହୋଇଛି । ଚିକମିକ୍ ଆଲୋକମାଳାରେ ଝଲସୁଛି ରାସ୍ତାଘାଟ। ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମ୍‌ରେ ଅତିଥିଙ୍କୁ ସ୍ୱାଗତ ଲାଗି ଜୋରସୋରରେ ଚାଲିଛି ପ୍ରସ୍ତୁତି। ଭାରତ ମଣ୍ଡପର ବିଲଡିଂକୁ ରଙ୍ଗୀନ ଆଲୋକମାଳାରେ ସଜାଯିବା ସହ ଚତୁଃର୍ଦିଗକୁ ସଫାସୁତରା କରାଯାଉଛି। ସେହିପରି ରାସ୍ତାକଡ଼ ପ୍ରାଚୀରକୁ ବିଭିନ୍ନ ରଙ୍ଗରେ ଚିତ୍ରଣ କରାଯାଉଛି।

ସେହିପରି ସୁରକ୍ଷା ବନ୍ଦୋବସ୍ତକୁ ମଧ୍ୟ କଡ଼ା କରାଯାଇଛି। ଭାରତ ମଣ୍ଡପମ୍ ପରିସରରେ ସଭାସ୍ଥଳ ଏବଂ ଅନ୍ୟାନ୍ୟ ସ୍ଥାନକୁ ସବୁ ଡଗସ୍କ୍ୱାଡ୍ ଏବଂ ବମସ୍କ୍ୱାଡ୍ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ ମଧ୍ୟ କରୁଛନ୍ତି। ସେପଟେ ପୁଲିସ ପକ୍ଷରୁ ଛକ ଛକରେ ଜୋରଦାର ଚେକିଂ ସହ ବିଭିନ୍ନ ସ୍ଥାନରେ ବ୍ଲକିଂ କରାଯାଉଛି। ଅତିଥିମାନଙ୍କ ସୁରକ୍ଷା ଦିଗରେ ନୂଆଦିଲ୍ଲୀ ମ୍ୟୁନିସିପାଲ୍ କାଉନସିଲ୍ ମଧ୍ୟ ତୀକ୍ଷ୍ମ ନଜର ରଖିଛି। ଖୋଲାଯାଇଛି ୨୪ ଘଣ୍ଟିଆ କମାଣ୍ଡ ସେଣ୍ଟର୍। ୪୪୧ରୁ ଅଧିକ ସିସିଟିଭି କ୍ୟାମେରା ଲାଗିଥିବା ବେଳେ ନୂଆଦିଲ୍ଲୀ ମ୍ୟୁନିସିପାଲ୍ କାଉନସିଲ୍ ଅଞ୍ଚଳରେ ୧୬ ଶହ ସ୍ମାର୍ଟ ଷ୍ଟ୍ରିଟ୍ ଲାଇଟ୍ ଲାଗିଛି। ଆକାଶରୁ ଦିଲ୍ଲୀର ରାସ୍ତାଘାଟ ଉପରେ କଡ଼ା ନଜର ରଖିଛି ଡ୍ରୋନ୍ ।

ସେହିପରି ଜିପିଏସ୍ ମାଧ୍ୟମରେ ଯାନଗୁଡିକର ଟ୍ରାକିଂ ବ୍ୟବସ୍ଥା କରାଯାଇଛି। ଦିଲ୍ଲୀ ବାୟୁସୀମା ସୁରକ୍ଷା ପାଇଁ ଭାରତୀୟ ବାୟୁସେନା ଯୁଦ୍ଧବିମାନ ମୁତୟନ କରିଛି। ରାଫେଲ, ମିରେଜ୍-୨୦୦୦ ଏବଂ ସୁଖୋଇ -୩୦ ଏମ୍ କେଆଇ ସମେତ ସର୍ଫେସ୍ ଟୁ ଏୟାର ମିଜାଇଲ୍ ସିଷ୍ଟମ୍ ବି ସକ୍ରିୟ ରଖାଯାଇଛି। ସୁରକ୍ଷା ଦୃଷ୍ଟିରେ ଦିଲ୍ଲୀରେ ୫୦ହଜାର ପୁଲିସ ଫୋର୍ସ ସହିତ ଆଣ୍ଟି ଟେରରିଷ୍ଟ ସ୍କ୍ୱାଡ୍ ମୁତୟନ ରହିଛି । ସୁରକ୍ଷା ଦୃଷ୍ଟିରୁ ମେଟ୍ରୋ ଷ୍ଟେସନର କିଛି ଗେଟ୍, ସରକାର ଅଫିସ୍, ସ୍କୁଲ କଲେଜ ଓ ଅନଲାଇନ ଡେଲିଭରି ବ୍ୟବସ୍ଥାକୁ ମଧ୍ୟ କିଛି ଦିନ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଆସନ୍‌ ୯ ତାରିଖରୁ ୧୧ ତାରିଖ ଯାଏଁ ୨୦୭ଟି ଟ୍ରେନ୍ ବାତିଲ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking