25.1 C
Bhubaneswar
Wednesday, March 18, 2026
Homeଓଡିଶାଜାତୀୟ ଭୋଟର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଜାତୀୟ ଭୋଟର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଜାନୁଆରୀ 25, 2025 ତାରିଖରେ ପାଳନ କରାଯିବାକୁ ଥିବା ଜାତୀୟ ଭୋଟର ଦିବସ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶା ଶ୍ରୀ ଆର ଏସ ଗୋପାଳନ (ଭା. ପ୍ର. ସେ) ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜାନୁଆରି 25 ତାରିଖରେ ହେବାକୁ ଥିବା କାର୍ଯ୍ୟକ୍ରମରେ ବିଦ୍ୟାଳୟ ଏବଂ କଲେଜ ଛାତ୍ରଛାତ୍ରୀ ଙ୍କୁ ନେଇ ଏକ ରାଲୀ କ୍ୟାପିଟାଲ ହାଇସ୍କୁଲ ଠାରୁ ସଚିବାଳୟର ସମ୍ମିଳନୀ କକ୍ଷ ପର୍ଯ୍ୟନ୍ତ କରାଯିବାକୁ ନିଷ୍ପତି ନିଆ ଯାଇଥିବା ବେଳେ ଦୂଲଦୁଲି, ଘୁମୁରା ନାଚ ଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ମାନ କରାଯିବାକୁ ମଧ୍ୟ ନିଷ୍ପତି ନିଆଯାଇଛି। ସେହିପରି ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶପଥ ପାଠ ଓ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରିବା ନିମନ୍ତେ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁଶାନ୍ତ କୁମାର ମିଶ୍ର, ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ, ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲକ୍ଷ୍ମୀ ପ୍ରସାଦ ସାହୁ, ଭୁବନେଶ୍ୱର ଉପ ଜିଲ୍ଲାପାଳ ଡ଼. ମନୋରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking