26.1 C
Bhubaneswar
Saturday, March 14, 2026
Homeଓଡିଶାରାଷ୍ଟ୍ରପତିଙ୍କ ବିଧାନସଭା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ

ରାଷ୍ଟ୍ରପତିଙ୍କ ବିଧାନସଭା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୭ ତାରିଖରୁ ଆରମ୍ଭ ହେଉଥିବାବେଳେ ଏହି ଅଧିବେଶନର ପ୍ରଥମ ଦିନରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯୋଗଦେଇ ଗୃହକୁ ସମ୍ବୋଧିତ କରିବେ । ଏହି ପରିପ୍ରେକ୍ଷୀରେ ଆଜି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ କିପରି ତ୍ରୁଟିଶୂନ୍ୟ ଓ ସଫଳତାର ସହ ସଂପନ୍ନ ହେବ ସେ ଉପରେ ବାଚସ୍ପତି ଗୁରୁତ୍ୱାରୋପ କରିଥିଲେ ଓ ଉପସ୍ଥିତ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଏହି ଅବସରରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ ସିଂହ, ପୋଲିସ୍‌ ମହାନିର୍ଦ୍ଦେଶକ ଶ୍ରୀ ୱାଇ. ବି. ଖୁରାନିଆ, ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ଶ୍ରୀ ସୁଧାଂଶୁ ଷଡ଼ଙ୍ଗୀ, ଓପିଟିସିଏଲ ସିଏମଡି ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ରାଧାକୃଷ୍ଣ ଶର୍ମା, ଭୁବନେଶ୍ୱର-କଟକ ପୋଲିସ କମିଶନର ଶ୍ରୀ ଏସ୍‌. ଦେବ ଦତ୍ତ ସିଂହ, ଇଣ୍ଟେଲିଜେନ୍ସ ନିର୍ଦ୍ଦେଶକ ଶ୍ରୀ ଆର୍‌. ପି କୋଚ୍ଚେ, ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ, ବିଏମ୍‌ସି କମିଶନର ଶ୍ରୀ ଚଞ୍ଚଳ ରାଣା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking