28.1 C
Bhubaneswar
Sunday, September 8, 2024
Homeଦେଶ ବିଦେଶଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କଲେ ରାଷ୍ଟ୍ରପତି

ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଦେଶର ସର୍ବୋଚ୍ଚ ନଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ ହେଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ। ତାଙ୍କ ବାସଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରିଛନ୍ତି। ଏହି ସମୟରେ ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଉପସ୍ଥିତ ଥିଲେ।

ଲାଲକୃଷ୍ଣ ଆଡଭାନୀ ୧୯୨୭ ମସିହା ନଭେମ୍ବର ୮ ତାରିଖରେ ପାକିସ୍ତାନର କରାଚିରେ ଏକ ହିନ୍ଦୁ ପରିବାରରେ ଜନ୍ମ ଗ୍ରହଣ କରିଥିଲେ । ୧୯୪୭ ଦେଶ ବିଭାଜନ ସମୟରେ ଆଡଭାନୀଙ୍କ ପରିବାର ପାକିସ୍ତାନ ଛାଡି ମୁମ୍ବାଇରେ ରହିଥିଲେ । ସେଠାରେ ସେ ମୁମ୍ବାଇ ଆଇନ ବିଶ୍ୱବିଦ୍ୟାଳୟରେ ଆଇନ ପାଠ ପଢିଥିଲେ । ଆଡଭାନୀ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଜରିଆରେ ନିଜର ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ । ଦୀର୍ଘ ବର୍ଷ ଧରି ଆରଏସଏସ ସହ ଜଡିତ ଥିଲେ ।

୧୯୮୦ରେ ଭାରତୀୟ ଜନତା ପାର୍ଟି ଗଠନ ହୋଇଥିବା ବେଳେ, ଏହାର ପ୍ରତିଷ୍ଠାତା ସଦସ୍ୟ ଥିଲେ ଆଡଭାନୀ । ଆଡଭାନୀ ୩ ଥର (୧୯୮୬ରୁ ୧୯୯୦, ୧୯୯୩ରୁ ୧୯୯୮ ଓ ୨୦୦୪ରୁ ୨୦୦୫) ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ରହିଥିଲେ । ସେ ୧୯୯୮ରୁ ୨୦୦୪ ପର‌୍ୟ୍ୟନ୍ତ ଏନଡିଏ ମେଣ୍ଟରେ ଗୃହମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ଆଉମଧ୍ୟ ଅଟଳ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବା ସମୟରେ ସେ ୨୦୦୨ରୁ ୨୦୦୪ ପର‌୍ୟ୍ୟନ୍ତ ଉପପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ରାମ ମନ୍ଦିର ନିର୍ମାଣରେ ମଧ୍ୟ ତାଙ୍କର ବଳିଷ୍ଠ ଭୂମିକା ଥିଲା ।

ଗତକାଲି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଚୌଧୁରୀ ଚରଣ ସିଂ, ସବୁଜ ବିପ୍ଳବର ଜନକ ଏମ୍ ଏସ. ସ୍ୱାମୀନାଥନ, ପୂର୍ବତନ ବିହାର ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର ଓ ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହ ରାଓଙ୍କୁ ଭାରତ ରତ୍ନରେ  ସମ୍ମାନିତ କରାଯାଇଥିଲା । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୪ ବିଶିଷ୍ଟ ବ୍ୟକ୍ତିଙ୍କ ସମ୍ପର୍କୀୟ ଏହି ପୁରସ୍କାର ରାଷ୍ଟ୍ରପତିଙ୍କଠାରୁ ଗ୍ରହଣ କରିଥିଲେ । ଆୟୋଜିତ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହ, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଓ କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖଡଗେ ସାମିଲ ହୋଇଥିଲେ ।

<blockquote class=”twitter-tweet” data-media-max-width=”562″><p lang=”en” dir=”ltr”>President Droupadi Murmu confers Bharat Ratna upon veteran BJP leader LK Advani at the latter&#39;s residence in Delhi. <a href=”https://t.co/TcB1e1Qdb5″>pic.twitter.com/TcB1e1Qdb5</a></p>&mdash; Frontalforce 🇮🇳 (@FrontalForce) <a href=”https://twitter.com/FrontalForce/status/1774326798865826090?ref_src=twsrc%5Etfw”>March 31, 2024</a></blockquote> <script async src=”https://platform.twitter.com/widgets.js” charset=”utf-8″></script>

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking