ଭୁବନେଶ୍ୱର: ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବ୍ରହ୍ମପୁରରୁ ସ୍ୱତନ୍ତ୍ର ଟ୍ରେନରେ ଭୁବନେଶ୍ୱର ଫେରୁଛନ୍ତି ରାଷ୍ଟ୍ରପତି । ବ୍ରହ୍ମପୁରରୁ ସ୍ୱତନ୍ତ୍ର ଟ୍ରେନରେ ଭୁବନେଶ୍ୱର ଫେରିବା ପରେ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ଆଜି ସକାଳେ ବ୍ରହ୍ମପୁର ସ୍ଥିତ ଧବଳେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗତକାଲି ରାଷ୍ଟ୍ରପତି ଗୋପାଳପୁର ସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜରେ ରାତ୍ରି ଯାପନ କରିଥିଲେ । ଦିଲ୍ଲୀରୁ ଆସିଥିବା ସ୍ୱତନ୍ତ୍ର ସାଲୋନ କୋଚ ଟ୍ରେନରେ ଭୁବନେଶ୍ୱରରୁ ବ୍ରହ୍ମପୁର ଯାଇଥିଲେ ରାଷ୍ଟ୍ରପତି । ୩ ଦିନିଆ ଓଡିଶା ଗସ୍ତ ସାରି ଆଜି ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ନେଇ କମିସନରେଟ ପୋଲିସ ପକ୍ଷରୁ ଭୁବନେଶ୍ୱର ରେଳ ଷ୍ଟେସନରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ସହ ଏକାଧିକ ସୁରକ୍ଷାକର୍ମୀ ମାନେ ନିୟୋଜିତ ହୋଇଛନ୍ତି । ବଡ କଥା ହେଉଛି ଯାତ୍ରୀଙ୍କ ଯେପରି କୌଣସି ଅସୁବିଧା ନହୁଏ ସେନେଇ ମଧ୍ୟ ରେଳବାହିନୀ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି ।









