25.1 C
Bhubaneswar
Thursday, February 12, 2026
Homeଦେଶ ବିଦେଶସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ସଂସଦର ମିଳିତ ଅଧିବେଶନକୁ ଆଜି ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅଷ୍ଟାଦଶ ଲୋକସଭା ଏବଂ ୨୬୪ ତମ ରାଜ୍ୟସଭାର ମିଳିତ ଅଧିବେଶନରେ ଉଦବୋଧନ ରଖିବେ ମାଡାମ୍ ପ୍ରେସିଡେଣ୍ଟ। ନିଜର ଉଦବୋଧନ ବେଳେ ମହାମହିମ ରାଷ୍ଟ୍ରପତି ନୂଆ ସରକାରର ନୀତି, ଯୋଜନା ଏବଂ ଆଗାମୀ ରୋଡ୍ ମ୍ୟାପ ସମ୍ପର୍କରେ ସୂଚନା ଦେଇପାରନ୍ତି।

ସମ୍ବିଧାନର ଧାରା ୧୮ ଅନୁସାରେ ପ୍ରତ୍ୟେକ ଲୋକସଭା ନିର୍ବାଚନ ପରେ ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ସମ୍ବୋଧିତ କରିବାର ନିୟମ ରହିଛି। ଦୁଇ ଦିନ ହେବ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହୋଇସାରିଥିବା ବେଳେ ଆଜିଠୁ ଆରମ୍ଭ ହେବ ରାଜ୍ୟସଭାର ଗୃହ କାର୍ୟ୍ୟ। ସେପଟେ ଜୁଲାଇ ୨ ଏବଂ ୩ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ହେବା ସହ ଚର୍ଚ୍ଚା ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking